୬୫ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନ ।ଦୀର୍ଘଦିନ ଧରି ଅସୁସ୍ଥତା ହେତୁ ସେ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ତାଙ୍କ ମୃତ୍ୟୁ ଖବର ହେବା ପ୍ରଚାର ହେବା କ୍ଷଣି ପୋଲସରାରେ ଶୋକର ଛାୟା ଖେଳିଯାଇଛି।ନିରଞ୍ଜନ ପ୍ରଧାନ ଓଡ଼ିଶା ବିଧାନସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି।
୨୦୦୪ ଓ ୨୦୦୯ ମସିହାରେ ହୋଇଥିବା ଓଡ଼ିଶା ବିଧାନସଭା ନିର୍ବାଚନରେ ସେ କୋଦଳା ଓ ପୋଲସରା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ ଓ ୧୪ଶ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

