Site icon UTKAL PRATIDIN

ଆରପାରିରେ କେନ୍ଦ୍ରାପଡାର ପୂର୍ବତନ ବିଧାୟକ

IMAGE_1729319652 (1)

ରାଜନୀତିରେ ଚାଞ୍ଚଲ୍ୟ ଖେଳାଇଦେଇଛି କେନ୍ଦ୍ରାପଡାର ପୂର୍ବତନ ବିଧାୟକ ତଥା ପୂର୍ବତନ ବିଜେଡି ଜିଲା ସଭାପତି ଉତ୍କଳ କେଶରୀ ପରିଡାଙ୍କର ପରଲୋକ ।୬୫ ବର୍ଷ ବୟସରେ ଉତ୍କଳ କେଶରୀଙ୍କ ପରଲୋକ ହୋଇଛି ।ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ଏନେଇ ତାଙ୍କ ପୁଅ କଳିଙ୍ଗ କେଶରୀ ପରିଡ଼ା ସୂଚନା ଦେଇଛନ୍ତି।

୨୦୦୪ ରେ ସେ ଓଡ଼ିଶା ଗଣ ପରିଷଦ ଟିକେଟରେ ଲଢ଼ି କେନ୍ଦ୍ରାପଡା ର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୨୦୧୯ ରୁ ୨୦୨୩ ପର୍ୟ୍ୟନ୍ତ କେନ୍ଦ୍ରାପଡା ଜିଲା ବିଜେଡି ସଭାପତି ଭାବେ ଦାୟିତ୍ୱ ତୁଲାଇ ଥିଲେ l ଉତ୍କଳ କେଶରୀ ପରିଡାଙ୍କ ବିୟୋଗରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ବ୍ୟକ୍ତ କରିଛନ୍ତି l

Exit mobile version