Site icon UTKAL PRATIDIN

ସୋନିଆ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି

download (17)

ନୂଆଦିଲ୍ଲୀ : କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ନିକଟତମ ମହଲ ସୂତ୍ରରୁ ପ୍ରକାଶ ରୁଟିନ ଚେକଅପ ପାଇଁ ସେ ହସ୍ପିଟାଲ ଯାଇଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଶନିବାର ରାତିରେ ହଠାତ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଥିଲା। ତେବେ ତାଙ୍କୁ ଚିକିତ୍ସା ପାଇଁ ନୂଆଦିଲ୍ଲୀର ସାର୍‌ ଗଙ୍ଗା ରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଏହାପୂର୍ବରୁ ମାର୍ଚ୍ଚରେ ସୋନିଆ ଗାନ୍ଧୀ ଅସୁସ୍ଥ ଥିବାରୁ ସାର୍‌ ଗଙ୍ଗା ରାମ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ତେବେ ଗୋଟିଏ ଦିନ ପରେ ଜାରି ହୋଇଥିବା ମେଡିକାଲ ବୁଲେଟିନରେ ତାଙ୍କ ଅବସ୍ଥା ସ୍ଥିର ଥିବା ଏବଂ ସେ ସମ୍ପୂର୍ଣ୍ଣ ସୁସ୍ଥ ଥିବା କୁହାଯାଇଥିଲା।

Exit mobile version