ନୂଆଦିଲ୍ଲୀ: ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ । ଆଜି ଦିଲ୍ଲୀରେ ତାଙ୍କର ପରଲୋକ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତା ହେଉଛନ୍ତି ଦେବେନ୍ଦ୍ର ପ୍ରଧାନ । ସେ ଦୀର୍ଘ ଦିନ ହେଲା ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ । ଅସୁସ୍ଥତା କାରଣରୁ ୬ ଦିନ ପୂର୍ବରୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଥିଲେ । ଆଜି ଦିନ ପ୍ରାୟ ସାଢେ ୧୦ଟା ସମୟରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।
ଦେବେନ୍ଦ୍ର ପ୍ରଧାନ ପୂର୍ବରୁ ବାଜପେୟୀଙ୍କ ସରକାରରେ କେନ୍ଦ୍ର ମନ୍ତ୍ରୀ ଭାବେ ନିଜର କାର୍ଯ୍ୟ ତୁଲାଇଥିଲେ । କେବଳ ସେତିକି ନୁହେଁ ରାଜ୍ୟ ସଭାପତି ଭାବେ ମଧ୍ୟ ୩ ଥର ନିଜର କାର୍ଯ୍ୟ ତୁଲାଇଥିଲେ ଦେବେନ୍ଦ୍ର ପ୍ରଧାନ । ଦେବେନ୍ଦ୍ର ପ୍ରଧାନ ୨ଥର ଦେବଗଡ ଲୋକସଭା ଆସନରୁ ନିର୍ବାଚିତ ହୋଇଥିଲେ । କେବଳ ଏତିକି ନୁହେଁ ପୂର୍ବରୁ ସେ ଦଳରେ ଅନେକ ପଦପଦବୀରେ ରହିଥିଲେ । ଦଳରେ ତାଙ୍କର ଅନେକ ଗୁରୁତ୍ୱ ରହିଥିଲା ।
ଓଡ଼ିଶାରେ ବିଜେପିର ମୂଳଦୁଆ ପକାଇବାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା | ଦେବଗଡ ଲୋକସଭା ଆସନରୁ ସେ ନିର୍ବାଚିତ ହୋଇଥିଲେ | ଏହା ଛଡା ବାଜପେୟୀ ସରକାରଙ୍କ ସମୟରେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଭାବେ ଦାୟିତ୍ୱ ନିର୍ବାହ କରିଥିଲେ | ୧୯୮୮ରୁ ୧୯୯୩ ରାଜ୍ୟ ବିଜେପି ସଭାପତି ଥିଲେ ଦେବେନ୍ଦ୍ର | ଏହାପରେ ୧୯୯୩ରୁ ୧୯୯୫ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ଥିଲେ | ପୁନର୍ବାର ୧୯୯୫ରୁ ୧୯୯୭ ଯାଏଁ ବିଜେପି ସଭାପତି ରହିଥିଲେ | ୧୯୯୮ରେ ଦେବଗଡ଼ରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ |

