Site icon UTKAL PRATIDIN

ନ୍ୟାୟ ଦେବୀ ଆଖିରୁ ହଟିଲା କଳାପଟି

c8620064ca3e3e825d5e30c96122c7d4c2a10806e2c75c2351b744cbc7f7e363

ଭାରତୀୟ ଆଇନ ଅନ୍ଧ ନୁହେଁ । ଭାରତୀୟ ଆଇନ ଅନ୍ଧ ବୋଲି ଯେଉଁ ଧାରଣା ଥିଲା, ତାହା ବଦଳିବ।କାରଣ କୋର୍ଟରେ ରହୁଥିବା ନ୍ୟାୟ ଦେବୀଙ୍କ ଆଖିରେ ଲାଗିଥିବା କଳା ପଟିକୁ ହଟାଇ ଦିଆଯାଇଛି ।ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ୍ ଡିଓ୍ୱାଇ ଚନ୍ଦ୍ରଚୂଡ଼ ନ୍ୟାୟ ଦେବୀଙ୍କୁ ନୂଆ ରୂପ ଦେବାକୁ ପରାମର୍ଶ ଦେଇଥିଲେ ।

ସେହି ଅନୁସାରେ ନ୍ୟାୟ ଦେବୀଙ୍କ ସ୍ୱରୂପକୁ ବଦଳା ଯାଇଛି। ପ୍ରଧାନ ବିଚାରପତିଙ୍କ ବିଚାରରେ ଖଣ୍ଡା ହେଉଛି ହିଂସାର ପ୍ରତୀକ। କିନ୍ତୁ ଅଦାଲତଙ୍କ କାର୍ଯ୍ୟ ହିଂସାତ୍ମକ ନୁହେଁ।ନ୍ୟାୟ ଦେବୀଙ୍କ ଏପରି ପରବର୍ତ୍ତୀ ଷ୍ଟାଚ୍ୟୁ ସୁପ୍ରିମକୋର୍ଟର ବିଚାରପତିମାନଙ୍କ ଲାଇବ୍ରେରୀରେ ଲାଗିଛି। ଏହାର ପ୍ରଥମ ଝଲକ ପଦାକୁ ଆସିଛି।

ନ୍ୟାୟଦେବୀ ପୂର୍ବରୁ ବାମ ହାତରେ ନ୍ୟାୟ ତରାଜୁ ଧରିଥିଲେ। ଡାହାଣ ହାତରେ ଖଣ୍ଡା ଧରିଥିଲେ। ତାଙ୍କ ଆଖିରେ କଳା ପଟି ବନ୍ଧା ଯାଇଥିଲା। ହେଲେ ଏହାକୁ ବଦଳା ଯାଇଛି। ନ୍ୟାୟ ଦେବୀ ବାମ ହାତରେ ସମ୍ବିଧାନ ଧରିଛନ୍ତି। ଡାହାଣ ହାତରେ ନ୍ୟାୟର ତରାଜୁ ରହିଛି। କିନ୍ତୁ ପୂର୍ବଭଳି ଆଖିରେ କଳାପଟି ନାହିଁ।

Exit mobile version