ମୋହନ ସରକାର ରାଜ୍ୟବାସୀଙ୍କ ପାଇଁ ଆଣିଛନ୍ତି ଖୁସି ଖବର।ନିର୍ବାଚନ ବେଳେ ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଅନ୍ତ ଭିଡିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ଆସନ୍ତା ସେପ୍ଟେମ୍ବର ମାସରୁ ଆରମ୍ଭ ହେବ ମୋହନ ସରକାରଙ୍କ ନିଯୁକ୍ତି ମେଳା ।ବିଭିନ୍ନ ବିଭାଗରେ ଖାଲି ପଡିଥିବା ପଦବୀକୁ ଦେଖି ବିଜ୍ଞପ୍ତି ମଧ୍ୟ ପ୍ରକାଶ କରାଯିବ। ଆସନ୍ତା ମାସରେ ବିଭିନ୍ନ ବର୍ଗର ପ୍ରାୟ ୨୨ ହଜାର ପଦବୀର ନିଯୁକ୍ତିପତ୍ର ସରକାର ବାଣ୍ଟିବେ।
ରାଜ୍ୟରେ ୩ ଲକ୍ଷ ୯୯ ହଜାର ୬୬୬ଟି ମଞ୍ଜୁରୀପ୍ରାପ୍ତ ପଦବୀ ମଧ୍ୟରୁ ଖାଲିପଡିଥିବା ୧ ଲକ୍ଷ ୩୨ ହଜାର ୪୫୯ ଟି ପଦବୀ ସରକାର ପୂରଣ କରିବାକୁ ନିଷ୍ପତ୍ତି ନେଇଛନ୍ତି। କ୍ଷମତାପ୍ରାପ୍ତ କମିଟି ୯୨ ହଜାର ୨୦୩ ଟି ପଦବୀକୁ ମଞ୍ଜୁର କରିଛନ୍ତି। ଖାଲି ପଡିଥିବା ପଦବୀ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ପୂରଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପଦବୀ ଗୁଡ଼ିକ ପୂରଣ ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା ।ସରକାରୀ ନିଯୁକ୍ତି ସଂପର୍କରେ ଡିସେମ୍ବର ସୁଦ୍ଧା ବିଜ୍ଞାପନ ପ୍ରକାଶ କରିବାକୁ ମଧ୍ୟ ନିର୍ଦେଶ ଦିଆଯାଇଛି ।