Site icon UTKAL PRATIDIN

ସରକାରଙ୍କ ପକ୍ଷରୁ ହବିଷ୍ୟାଳିଙ୍କ ସକାଶେ ଅଢ଼େଇ କୋଟି ମଞ୍ଜୁର

Habisyalis-750x430

ଆଗକୁ ଆସୁଛି ପବିତ୍ର ମହା କାର୍ତ୍ତିକ ମାସ ।ଏହି ମାସରେ ହବିଷ୍ୟାଳୀ ମାନଙ୍କର ବ୍ରତ ପାଳନ ନିମନ୍ତେ ଓଡ଼ିଶା ସରକାରଙ୍କ ପକ୍ଷରୁ ୨ କୋଟି ୫୭ ଲକ୍ଷ ୫୦ ହଜାର ଟଙ୍କାର ଖର୍ଚ୍ଚ ଅଟକଳ ଅନୁମୋଦନ କରାଯାଇଛି ।ମା’ ମାନଙ୍କୁ କାର୍ତ୍ତିକ ମାସ ବ୍ରତ ପାଳନ ନିମନ୍ତେ ସମସ୍ତ ପ୍ରକାର ସୁବିଧା ଓ ସହଯୋଗ ପ୍ରଦାନ କରାଯିବ ବୋଲି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ମତପ୍ରକାଶ କରିଛନ୍ତି।

ସୂଚନା ଅନୁସାରେ ଚଳିତବର୍ଷ ଅକ୍ଟୋବର ମାସ ୧୮ ତାରିଖରୁ କାର୍ତ୍ତିକ ମାସ ବ୍ରତ ଆରମ୍ଭ ହେବ।କାର୍ତ୍ତିକ ମାସରେ ପୁରୀରେ ଶ୍ରଦ୍ଧାଳୁଙ୍କ ଭିଡ ଜମୁଥିବାରୁ ଶ୍ରଦ୍ଧାଳୁଙ୍କ ସୁରକ୍ଷା ବ୍ୟବସ୍ଥା ନିମନ୍ତେ ପରିମଳ ବ୍ୟବସ୍ଥା,ରହଣି ବ୍ୟବସ୍ଥା ସହ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦିଆଯାଉଛି ।

ମା’ମାନେ ଯେପରି ନିଜର ବ୍ରତ ପାଳନ ସମୟରେ କୌଣସି ପ୍ରକାର ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ଏହାକୁ ସୁନିଶ୍ଚିତ କରିବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯିବ ବୋଲି ମନ୍ତ୍ରୀ ଶ୍ରୀ ସୂରଜ ମତ ପ୍ରକାଶ କରିଛନ୍ତି।

Exit mobile version