ଭୁବନେଶ୍ୱରରେ ଆଜି ଦିନ ଗୋଟାଏ ଯାଏଁ ଖୋଲା ରହିବ ସମସ୍ତ ସ୍କୁଲ ।ଦିନ ଗୋଟାଏ ପରେ ସବୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଶାହଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଏହି ଘୋଷଣା କରାଯାଇଛି। ଟ୍ରାଫିକ କଟକଣା ଯୋଗୁ ଯାତାୟତ କରିବାରେ ପିଲାମାନେ ଅସୁବିଧାରେ ସମ୍ମୁଖୀନ ହେବେ। ଏହି ଆଶଙ୍କାରେ ଆଜି ହାଫ୍ ଡେ’ ସ୍କୁଲ କରାଯିବା ପାଇଁ ଘୋଷଣା ହୋଇଛି।
ଶୁକ୍ରବାର ଅପରାହ୍ନ ୪ଟା ୨୫ରେ ଭୁବନେଶ୍ୱର ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ପହଞ୍ଚିବେ। ଏହାପରେ ସୁରକ୍ଷା ବଳୟ ମଧ୍ୟରେ ଅପରାହ୍ନ ୫ଟା ୧୫ରେ ପ୍ରଧାନମନ୍ତ୍ରୀରାଜଭବନରେ ପହଞ୍ଚିବେ । ରାଜଭବନରେ ସନ୍ଧ୍ୟା ୬ଟା ୧୫ ପର୍ଯ୍ୟନ୍ତ ରହିବେ। ଏହାପରେ ୬ଟା ୨୦ରୁ ରାଜଭବନରୁ ବାହାରି ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଯିବେ।
ସେଠାରେ ଦଳୀୟ ବିଧାୟକ, ମନ୍ତ୍ରୀ, ଦଳୀୟ କାର୍ଯ୍ୟକର୍ତ୍ତା ଏବଂ ଏମ୍ପିମାନଙ୍କ ସହ ବୈଠକ କରିବେ।ଏହି ଅବସରରେ ସେ ଉଭୟ ଦଳ ଓ ସରକାରୀ କାର୍ଯ୍ୟକ୍ରମ ନେଇ ସମୀକ୍ଷା କରିବେ। ୭ଟା ୩୦ରୁ ୮ଟା ୩୦ ପର୍ଯ୍ୟନ୍ତ ଦଳୀୟ ନେତା ଓ କାର୍ଯ୍ୟକର୍ତ୍ତାଙ୍କ ସହ ରାତ୍ରିଭୋଜନ କରିବେ। ୮ଟା ୩୦ରେ ରାଜ୍ୟ କାର୍ଯ୍ୟାଳୟରୁ ବାହାରି ୮ଟା ୪୫ରେ ରାଜଭବନରେ ପହଞ୍ଚିବେ। ସେଠାରେ ରାତ୍ରିଯାପନ କରିବେ।