Site icon UTKAL PRATIDIN

୩ ଦିନ ଯାଏଁ ପ୍ରବଳ ଖରା, ସତର୍କ କଲା ପାଣିପାଗ ବିଭାଗ

heatwave-in-odisha-1-e1711851236195

ଭୁବନେଶ୍ୱର: କଲବଲ କରୁଛି ଅସହ୍ୟ ଗରମ ଗୁଳୁଗୁଳି । ଅସମ୍ଭାଳ ତାତିରେ ଅସ୍ତବ୍ୟସ୍ତ ଜନଜୀବନ । ଦିନ ୧୦ଟା ପରେ ଘରୁ ବାହାରିବା ମୁସ୍କିଲ । ଆଗାମୀ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ଖରା । ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ହିଟୱେଭ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାରୁ ତାପମାତ୍ରା ୪୩ ଡିଗ୍ରୀ ଛୁଇଁ ପାରେ ବୋଲି ଅନୁମାନ କରାଯାଇଛି।

ବାହାରେ ଏକାଧିକ ଏକତ୍ରିତ ନହେବାକୁ ସତର୍କ କରାଇଲା ବିଭାଗ। ନିର୍ବାଚନୀ ରାଲି ସାଙ୍ଗକୁ ବୈଠକରେ ଏକତ୍ରିତ ଉପରେ ସତର୍କତା ରହିବାକୁ କୁହାଯାଇଛି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଭିନ୍ନ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ନୟାଗଡ, ବୌଦ୍ଧ, କନ୍ଧମାଳ, କଟକ, ଯାଜପୁର ଓ ଭଦ୍ରକକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ସେହିପରି ଉଷ୍ମ ରାତିର ସ୍ଥିତିକୁ ନେଇ ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, ମାଲକାନଗିରି, କେନ୍ଦୁଝର, କଳାହାଣ୍ଡି ଓ ନୟାଗଡରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେହିପରି ଏପ୍ରିଲ ୬ ତାରିଖରୁ ରାଜ୍ୟରେ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି। ପଶ୍ଚିମା ଝଡ଼ ପ୍ରଭାବରେ ସୃଷ୍ଟି ହେଉଥିବା ନିମ୍ନ ଚାପରେଖା ପ୍ରଭାବରେ ୬, ୭, ୮ ଓ ୯ ତାରିଖରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି।

Exit mobile version