
ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ରହିଛି ।ଦୁର୍ଗା ପୂଜାରେ ବର୍ଷା ହେବ ନାହିଁ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ର ନାଥ ପଶୁପାଳକ କହିଛନ୍ତି। ଓଡି଼ଶାରେ ୧୪ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ। ଅକ୍ପ କେତେକ ସ୍ଥାନରେ ବର୍ଷା ହୋଇପାରେ।୧୫ ରୁ ଦକ୍ଷିଣ ଉପକୂଳ ଓଡିଶାରେ ବର୍ଷା ଆରମ୍ଭ ହେବ। କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ହେବାର ସମ୍ଭାବନା ରହିଛି ।୧୬ରୁ ୧୮ ତାରିଖ ଭିତରେ ଦକ୍ଷିଣ ଆଭ୍ୟନ୍ତରୀଣ ଓ ୧୭-୧୮ ତାରିଖରେ ଉତ୍ତର ଓଡି଼ଶାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।