UTKAL PRATIDIN

ଆଗାମୀ ୩ ରୁ ୪ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର : ରାଜ୍ୟରେ ଆଗାମୀ ୩ରୁ ୪ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗତକାଲି ରାଜ୍ୟର ଅନେକ ଅଞ୍ଚଳରେ ବର୍ଷା ହୋଇଥିବା ବେଳେ ରବିବାର ଏବଂ ସୋମବାର ରାଜ୍ୟର ଅଧିକାଂଶ ଜିଲ୍ଲାରେ ଝଡ଼ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

ରବିବାର ତଥା ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ମାଲକାନଗିରି, କୋରାପୁଟ ଓ ରାୟଗଡାରେ ବିଜୁଳି ସହ ଝଡ଼ବର୍ଷା ସମ୍ଭାବନା ରହିଛି l ଏହାସହ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଆହୁରି ମଧ୍ୟ ପାଣିପାଗ ବିଭାଗର ଆକଳନ ଅନୁସାରେ ଆସନ୍ତା ସେପ୍ଟେମ୍ୱର ୨୯ ତାରିଖରେ ଆଣ୍ଡାମାନ ସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ପୂର୍ବ-ଉତ୍ତର ଆଣ୍ଡାମାନ ସାଗର ଓ ତା’ପାଶ୍ୱର୍ବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ।

Exit mobile version