ରାଜ୍ୟରେ କିଛି ଦିନ ହେବ ଲଗାଣ ବର୍ଷା ଜାରି ରହିଛି । ଆଜି ପଶ୍ଚିମ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।ଲଗାଣ ବର୍ଷରେ ଜଣ ଜୀବନ ପ୍ରଭାବିତ ମଧ୍ୟ ହୋଇଛି ।ବଲାଙ୍ଗୀର, ନୂଆପଡା, ବରଗଡ , ସୁନ୍ଦରଗଡ, ଝାରସୁଗୁଡା ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ସତର୍କତା ଜାରି କରାଯାଇଛି।କିଛି ସ୍ଥାନରେ ହଳୁକାରୁ ମାଧ୍ୟମ ଧରଣର ବର୍ଷା ହେଉଥିଲା ବେଳେ ଆଉ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ରେଡ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ବଲାଙ୍ଗିର, ବୌଦ୍ଧ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ପୁରୀ। ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ। ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଭାଗ ପକ୍ଷରୁ ସୂଚନା ମିଳିଛି ।