Site icon UTKAL PRATIDIN

ମାଡି ଆସୁଛି ବଡ ବର୍ଷା, ବର୍ଷାରେ ଭିଜିବା ରାଜ୍ୟ

a8977cdca3cfec96b0b0401f9a495174e0ff5d4a34a8dba213d73e967fbcbede

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଭୁବନେଶ୍ୱର ସମେତ ଓଡିଶାର ୧୮ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି ।ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କେନ୍ଦୁଝର, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା ଦେଓଗଡ଼, ଗଞ୍ଜାମ, କନ୍ଧମାଳ, ଗଜପତି, ନବରଙ୍ଗପୁର, ନୂଆପଡା, ବରଗଡ଼, ରାୟଗଡ଼ା ଓ ବଲାଙ୍ଗିର।ଆଗାମୀ ୩ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ ସାମାନ୍ୟରୁ ମାଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି।

ଏହା ପ୍ରଭାବରେ ୨୨ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ତୀବ୍ର ବା ଘନୀଭୂତ ହେବ। ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖରୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Exit mobile version