ଉତ୍ତର ବଙ୍ଗୋପସାଗରରେ ଆଉ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି ।ଘୁର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।ଦିଗକୁ ଗତିକରି ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବାର ଆଶଙ୍କା ରହିଛି।ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର।ସୁନ୍ଦରଗଡ଼, ଅନୁଗୁଳ,ଦେବଗଡ଼, କେନ୍ଦୁଝର,ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ
୨୪ଘଣ୍ଟା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ ଅନୁସାରେ ଭୁବନେଶ୍ୱର,ବଲାଙ୍ଗିର, ମୟୂରଭଞ୍ଜ, ସମ୍ବଲପୁର,ସୁନ୍ଦରଗଡ଼ ଓ ପୁରୀକୁ ଜିଲ୍ଲାକୁସତର୍କ ସୂଚନା ଦିଆଯାଇଛି।ମାଲକାନଗିରିରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ବାକି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି।