Mumbai faced interim rainfall through the day on Monday Express Photo by Amit Chakravarty 09-09-2019, Mumbai
ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଭୁବନେଶ୍ୱର, କଟକ ସମେତ ଓଡିଶାର ୭ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି ।କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା (ଭୁବନେଶ୍ୱର), ପୁରୀ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଆଗାମୀ ୩ଘଣ୍ଟା ମଧ୍ୟରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।
ସେହିପରି କନ୍ଧମାଳ, ରାୟଗଡ଼ା, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାକୁ ସାମାନ୍ଯରୁ ମଧ୍ଯମଧରଣର ବର୍ଷା ଓ ବଜ୍ରପାତ ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଘରୁ ନ ବାହାରିବା ଏବଂ ବାହାରେ ଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।