Site icon UTKAL PRATIDIN

ଏସଟିଏଫକୁ ବଡ଼ ସଫଳତା, କଟକରୁ ବନ୍ଧୁକ କାରଖାନା ଠାବ

raGoNMeMksVSJKkY3zKB

କଟକ: କଟକରେ ବେଆଇନ ବନ୍ଧୁକ କାରଖାନା ଠାବ । କଟକ ସଦର ବୟାଳିଶି ମୌଜାରୁ ଏକ ବେଆଇନ ବନ୍ଧୁକ କାରଖାନା ଠାବ କରିଛି କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍ । ଏଠାରୁ ଶହ ଶହ ବନ୍ଧୁକ ଓ ମାଗାଜିନ୍ ଜବତ କରାଯାଇଛି । ବନ୍ଧୁକ କାରଖାନା ଠାବ କରିବା ସହ ୪ଜଣଙ୍କୁ ଗିରଫ କରିଛି କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍ । 

ସୂଚନା ଥାଉକି, ଜଙ୍ଗଲ ଭିତରେ ନିଛାଟିଆ ଚାଳ ଛପର ଘରେ ଚାଲିଥିଲା ବନ୍ଧୁକ କାରଖାନା । ସରୋଜ ଚଦ୍ର ବେହେରା ନାମକ ବ୍ୟକ୍ତିଙ୍କ ଘରେ ଏହି ବେଆଇନ ବନ୍ଧୁକ କାରଖାନା ତିଆରି ହୋଇ ହଥିଆର କାରବାର ଚାଲିଥିଲା । ଦୀର୍ଘ ଦିନ ହେବ ଏହି କାରଖାନା ଚାଲି ଆସୁଥିଲା । 

ତେବେ କୌଣସି ସୂତ୍ରରୁ ଖବର ପାଇ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍ ଏହି ବନ୍ଧୁକ  କାରଖାନା ଉପରେ ଚଢାଉ କରିଥିଲା । ଚଢାଉ ବେଳେ ବିପୁଳ ପରିମାଣର ବନ୍ଧୁକ ସହ ବନ୍ଧୁକ ତିଆରି ସମାଗ୍ରୀ ଜବତ କରାଯାଇଛି । ଏବେ ବି କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌ର ଅଧିକାରୀ ଚଢାଉ ଜାରି ରଖିଛନ୍ତି । ତେବେ ଏହି ଘଟଣାରେ ଆଉ କିଏ କିଏ ସାମିଲ ଅଛନ୍ତି କି ନାହିଁ ସେନେଇ ସ୍ପଷ୍ଟ ସୂଚନା ମିଳିନି । 

Exit mobile version