
ଭୁବନେଶ୍ଵର: ୧୯ରୁ ୨୧ ମଧ୍ୟରେ ରାଜ୍ୟରେ ବର୍ଷା ସମ୍ଭାବନା । ୯ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ଆସନ୍ତା ୧୯ରୁ ୨୧ ମଧ୍ୟରେ ରାଜ୍ୟର ୯ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ଅନୁଭୂତ ହେବ । ଜଗତସିଂହପୁରଳ କେନ୍ଦ୍ରପଡା, ଭଦ୍ରକ, ବାଲେଶ୍ବର, ଯାଜପୁର, କଟକ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜରେ ବର୍ଷା ସମ୍ଭାବନା ରହିଛି । ୧୪ ରୁ ୧୯ ମଧ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଏହାପରେ କିଛି ସ୍ଥାନରେ କାଭାଁ ବର୍ଷା ସମ୍ଭାବନା ରହିଛି ।
ଅନ୍ୟପଟେ ରେକର୍ଡ ଭାଙ୍ଗୁଛି ଫେବୃଆରୀ ତାପମାତ୍ରା । ଚଳିତ ବର୍ଷ ପ୍ରଥମ ଥର ୩୫ ଡିଗ୍ରୀ ଛୁଇଁଛି ରାଜଧାନୀ ଭୁବନେଶ୍ବର ତାତି । ଗତକାଲି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ବର ତାପମାତ୍ରା ୩୫ ଡିଗ୍ରୀ ରେକର୍ଡ ହୋଇଛି । ହେଲେ ଆଜି (ଶୁକ୍ରବାର) ରାତି ତାପମାତ୍ରା କମିବ । ଦିନ ତାପମାତ୍ରା ବି ଅଳ୍ପ ଖସିବ। ସାମୟିକ ଭାବେ ଗରମ ପ୍ରକୋପରୁ ସାମାନ୍ୟ ଆଶ୍ୱସ୍ତି ମିଳିବ । ଆଉ ୧୯ ତାରିଖ ଯାଏଁ ପାଗ ଅପରିବର୍ତ୍ତିତ ରହିବ ।