Site icon UTKAL PRATIDIN

ଭଦ୍ରକ ଜିଲ୍ଲାରେ ବନ୍ଦ ହେଲା ଇଣ୍ଟରନେଟ ସେବା

IMAGE_1727493755 (1)

ଭଦ୍ରକ ଜିଲ୍ଲାରେ ଇଣ୍ଟେର୍ନେଟ ସେବା ବନ୍ଦ ହୋଇଛି ।ସୋସିଆଲ ମେଡିଆରେ ଦେଖାଦେଇଥିବା ଉତ୍ତେଜନା ଦେଖା ଦେବା ପରେ ଏଭଳି ଚରମ ନିଷ୍ପତି ନେଇଛି ଜିଲ୍ଲା ପ୍ରଶାସନ ।୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ରହିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହିତ ସୋସିଆଲ ମିଡିଆ ବ୍ୟବହାର ଉପରେ କଟକଣା ଲାଗାଯାଇଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି।

ପୁରୁଣାବଜାର ଅଞ୍ଚଳରେ ୧୬୩ ଧାରା ଲାଗୁ କରାଯିବା ସହ ୧୦ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି। ସେହିପରି ଧାମନଗରରେ ମଧ୍ୟ ଉତ୍ତେଜନାମୂଳକ ସ୍ଥିତି ଥିବାରୁ ବିଜ୍ଞାପିତ ଅଞ୍ଚଳ ପରିଷଦ, ଦୋବଲ ଓ ଏହାର ଆଖପାଖ ଅଞ୍ଚଳରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ୧୬୩ ଧାରା ଜାରି ହୋଇଛି।

ଧାମନଗରରେ ୫ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି।ସହରରେ ଶାନ୍ତି ଫେରାଇ ଆଣିବା ପାଇଁ ଗତକାଲି ରାତିରେ ପୁରୁଣା ବଜାର ଥାନାରେ ପୁଲିସ ଓ ପ୍ରଶାସନିକ ଅଧିକାରୀଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ବୈଠକରେ ପୁଲିସ ଡିଆଇଜି, ଭଦ୍ରକ ଏସପି ଓ ଜିଲ୍ଲାପାଳ ଉପସ୍ଥିତ ଥିଲେ।

Exit mobile version