Site icon UTKAL PRATIDIN

ଆଜି ଜଗା ଦର୍ଶନ ବନ୍ଦ

PURI-5 (1)

ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଆଜି ପଇତା ଲାଗି ନୀତି ନୀତି ଅନୁଷ୍ଠିତ ହେବ। ମାର୍ଗଶିର କୃଷ୍ଣପକ୍ଷ ଦଶମୀ ତିଥି ଅବସରରେ ପଇତା ଲାଗି ନୀତି ଅନୁଷ୍ଠିତ ହୋଇଥାଏ। ଶ୍ରୀବିଗ୍ରହଙ୍କ ଏହି ଗୁପ୍ତନୀତି ଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ସୁରକ୍ଷା ଦିଆଯାଇଥାଏ। ଶ୍ରୀବିଗ୍ରହଙ୍କଠାରେ ଦୈନନ୍ଦିନ ଲାଗି ହେଉଥିବା ଚନ୍ଦନରୁ ଶ୍ରୀଅଙ୍ଗକୁ ସୁରକ୍ଷା ଦେବା ପାଇଁ ଏହି ପଇତା ଲାଗି କରାଯାଇଥାଏ। ମହାପ୍ରଭୁଙ୍କ ଏହା ଗୁପ୍ତନୀତି ହୋଇଥିବାରୁ ନୀତି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ଶ୍ରୀମନ୍ଦିର ସ୍ବତ୍ତ୍ବଲିପି ଅନୁଯାୟୀ ମହାପ୍ରଭୁଙ୍କ ଦ୍ୱିତୀୟ ଭୋଗମଣ୍ଡପ ନୀତି ଶେଷ ପରେ ପଇତା ଲାଗି ନୀତି ଆରମ୍ଭ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତି ଏହି ନୀତି ସମ୍ପାଦନ କରିବେ। ଆଜି ଅପରାହ୍ଣ ୫ଟାଠାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୂଚନା ଦେଇଛନ୍ତି।

Exit mobile version