ଆସନ୍ତା କାଲି ଦିନ ୨ଟା ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ଭେ ପାଇଁ ସମୟ ସ୍ଥିର ହୋଇଛି ।୩ଦିନ ଧରି ଶ୍ରୀ ମନ୍ଦିରରେ ରା଼ରଭେ ଚାଲିବ ବୋଲି ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା ASI ପକ୍ଷରୁ ସୂଚନା ମିଳିଛି ।ରତ୍ନଭଣ୍ଡାର ନିରୀକ୍ଷଣ ସମୟରେ ସାଧାରଣ ଦର୍ଶନ ବନ୍ଦ ରହିବ। ଦିନ ୧ଟା ଠାରୁ ନିରୀକ୍ଷଣ କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ସେପଟେମ୍ବର ୨୪ ରୁ ଦଶହରା ସମ୍ପର୍କିତ ନୀତିକାନ୍ତି ଆରମ୍ଭ ହେବା ପୂର୍ବରୁ ବାକି ଥିବା ସର୍ଭେ ଶେଷ କରି ଚୂଡାନ୍ତ ରିପୋର୍ଟ ଦାଖଲ ପାଇଁ ଚିଠିରେ ଅନୁରୋଧ କରିଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଏହା ପରେ ଏ.ଏସ୍ ଆଇ ପକ୍ଷରୁ ତତ୍ପରତା ପ୍ରକାଶ ପାଇବା ସହ ଯାଞ୍ଚ ପାଇଁ ତାରିଖ ସ୍ଥିର ହୋଇଛି ।
ବିଶେଷ ନୀତି ନିର୍ଘଣ୍ଟ ଅନୁସାରେ ଦିନ ୧ଟା ଠାରୁ ନିରୀକ୍ଷଣ କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ମହାପ୍ରସାଦ କ୍ରୟ କରିବାକୁ ଇଚ୍ଛୁକ ଭକ୍ତ ସିଂହଦ୍ଵାର ପଟେ ବାଇଶି ପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କ୍ରୟ କରି ଉତ୍ତର ଦ୍ୱାର ପଟେ ଉକ୍ତ ସମୟରେ ପ୍ରସ୍ଥାନ କରିପାରିବେ।

