Site icon UTKAL PRATIDIN

ଆଜି ବନ୍ଦ ରହିବ ଜାଗା ଦର୍ଶନ

Puri-Jagannath-750x430

ଆଶ୍ବିନ ଶୁକ୍ଲ ଚତୁର୍ଦ୍ଦଶୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ।ଆପାତତଃ ସନ୍ଧ୍ୟା ୫ ଟାରୁ ରାତ୍ର ୯ ଟା ପର୍ୟ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁର ମାନଙ୍କର ଶ୍ରୀମୁଖ ଶୃଙ୍ଗାର କରନ୍ତି। ଏହି ନୀତି ସମାପନ ହେବାକୁ ପ୍ରାୟ ଚାରି ଘଣ୍ଟା ସମୟ ଲାଗିଥାଏ। ଏହି ସମୟରେ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ। ତିନି ଦାରୁମୂର୍ତ୍ତିଙ୍କ ମୁଖ ମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ।

Exit mobile version