
କାର୍ତିକ ନୀତି ପାଇଁ ଚଳଚଞ୍ଚଳ ଶ୍ରୀମନ୍ଦିର ।ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ।ହବିଷ୍ୟାଳି ଓ ଶ୍ରଦ୍ଧାଳୁ ମାନେ ମହାପ୍ରଭୁଙ୍କ ବେଶ ଦର୍ଶନ କରିବା ସହ କିଛି ମହିଳାମାନେ ସଂକଳ୍ପ କରି କାର୍ତ୍ତିକ ବ୍ରତ ଆରମ୍ଭ କରିଛନ୍ତି। ଏହି ମନଲୋଭା ବେଶ ଦର୍ଶନ କରିବାକୁ ଶ୍ରୀମନ୍ଦିର ରେ ପ୍ରବଳ ଜନସମାଗମ ହୋଇଛି।
କୁମାର ପୂର୍ଣ୍ଣିମା ପରଦିନ ଠାରୁ କାର୍ତ୍ତିକ ମାସ ଆରମ୍ଭ ହୋଇଥାଏ। କିନ୍ତୁ ଶ୍ରୀମନ୍ଦିରରେ ଗତକାଲି ଠାରୁ କାର୍ତ୍ତିକ ନୀତିକାନ୍ତି ଆରମ୍ଭ ହୋଇଛି। ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ ଆଶ୍ୱିନ ଶୁକ୍ଳ ଏକାଦଶୀଠାରୁ କାର୍ତ୍ତିକ ପୂର୍ଣ୍ଣିମା ପର୍ଯ୍ୟନ୍ତ କାର୍ତ୍ତିକ ମାସ ନୀତି ପାଳନ କରାଯାଇଥାଏ।
ଏହି ମାସରେ ଦୈନନ୍ଦିନ ନୀତି ବ୍ୟତୀତ ସ୍ୱତନ୍ତ୍ର ଭାବେ ଶ୍ରୀବିଗ୍ରହମାନଙ୍କର ରାଧା ଦାମୋଦର ବେଶ, ପଞ୍ଚୁକ ବେଶ,ବାଳଧୂପ, ଦିବା ପହୁଡ଼ ଇତ୍ୟାଦି ଅନୁଷ୍ଠିତ ହୋଇଥାଏ। ଆଶ୍ୱିନ ଶୁକ୍ଳ ଏକାଦଶୀଠାରୁ କାର୍ତ୍ତିକ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ରତ୍ନ ସିଂହାସନରେ ଅଧିଷ୍ଠିତ ଶ୍ରୀବିଗ୍ରହମାନଙ୍କର ଆକର୍ଷଣୀୟ ରାଧା ଦାମୋଦର ବେଶ ଅନୁଷ୍ଠିତ ହୋଇଥାଏ।