
କାର୍ତ୍ତିକ ନୀତିକୁ ନେଇ ଚଳଚଞ୍ଚଳ ଶ୍ରୀମନ୍ଦିର ।ଆସନ୍ତାକାଲିଠୁ ଶ୍ରୀମନ୍ଦିରରେ ଆରମ୍ଭ ହେବ କାର୍ତ୍ତିକ ନୀତି ।ଶ୍ରୀବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କୁ ତ୍ରିକଚ୍ଛ ପରିଧାନ କରାଯାଇ ଶ୍ରୀଭୂଜରେ ସୁବର୍ଣ୍ଣ ନଳୀ ଲାଗି କରାଯିବ । ଭୋର ୪ଟାରେ ଶ୍ରୀମନ୍ଦିର ଦ୍ୱାର ପିଟା ନୀତି ସମ୍ପର୍ଣ୍ଣ ହେବା ପରେ ୪ଟା ୩୦ରେ ଭିତର ଶୋଧ, ୫ଟାରେ ମଙ୍ଗଳ ଆଳତି, ୫ଟା ୩୦ରେ ମଇଲମ ଓ ତଡପଲାଗି, ୬ଟା ୧୫ରେ ଅବକାଶ ପରେ ୬ଟା ୩୦ରୁ ୭ଟା ୩୦ ପର୍ଯ୍ୟନ୍ତ ରାଧାଦାମୋଦର ବେଶ ଅନୁଷ୍ଠିତ ହେବ l ଏହାପରେ ୭ଟା ୧୫ରେ ସୂର୍ଯ୍ୟପୂଜା, ୭ଟା ୩୦ରେ ଦ୍ୱାରପାଳ ପୂଜା, ୮ଟାରେ ଗୋପାଳବଲ୍ଲବ, ୮ଟା ୩୦ରୁ ୯ଟା ୩୦ ପର୍ଯ୍ୟନ୍ତ ସକାଳ ଧୂପ ଅନୁଷ୍ଠିତ ହେବା ପରେ ୧୦ଟାରୁ ୧୦ଟା ୩୦ପର୍ଯ୍ୟନ୍ତ ବାଳଧୂପ ଅନୁଷ୍ଠିତ ହେବ । ଏହାପରେ ଅନାନ୍ୟ ନୀତିକାନ୍ତି ବଢ଼ି ରାତ୍ର ୧୨ ଟାରେ ରାତ୍ର ପହୁଡ଼ ନୀତି କରାଯିବ । ଶ୍ରୀମନ୍ଦିରରେ ଠାକୁରଙ୍କ ସ୍ଵତନ୍ତ୍ର ବେଶ ଅନୁଷ୍ଠିତ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।