
ଆଞ୍ଚଳିକ ପାଣିପାଗର ରିପୋର୍ଟ ଅନୁଯାୟୀ ଉତ୍ତର- ପୂର୍ବ ବଙ୍ଗୋପସାଗରରେ ୨୨ ଓ ୨୩ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।ଏହା ପ୍ରଭାବରେ ୨୩ରୁ ଓଡ଼ିଶାରେ ବର୍ଷା ଆରମ୍ଭ ହେବ । ଅତି କମରେ ୪୮ ଘଣ୍ଟା ପର୍ଯ୍ୟନ୍ତ ବର୍ଷିବ । ଏହା ସାରା ରାଜ୍ୟରେ ପ୍ରବଳ ବର୍ଷା କରାଇପାରେ । ଅବପାତ ନ ହେଲେ ବର୍ଷା ପରିମାଣ କମିବ ।
କିଛି ସ୍ଥାନରେ ହାଲୁକରୁ ମାଧ୍ୟମ ଧରଣର ବର୍ଷ ହେବାର ସମ୍ଭାବନା ଥିବା ବେଳେ କିଛି ସ୍ଥାନରେ ପ୍ରବଳ ବର୍ଷ ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ୧୨ରୁ ୨୪ ଘଣ୍ଟା ଭିତରେ ପ୍ରାୟତଃ ସମ୍ବଲପୁର ପାଖ ଦେଇ ଛତିଶଗଡ଼ ଓ ମଧ୍ୟପ୍ରଦେଶ ଆଡ଼କୁ ମୁହାଁଇପାରେ।
ଗୁରୁବାର କଟକ, ଭୁବନେଶ୍ବର, ଗୋପାଳପୁର, ପାରଳାଖେମୁଣ୍ଡିରେ ବର୍ଷା ହୋଇଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ, ଆସନ୍ତା ୨୨ ତାରିଖରୁ ଦୁଇଦିନ ପର୍ୟ୍ୟନ୍ତ ଉପକୂଳ ଓ ଦକ୍ଷିଣ ଓଡ଼ିଶାର କେତେକ ଅଞ୍ଚଳରେ ବିଜୁଳି ଘଡଘଡି ସହିତ ବର୍ଷା ସମ୍ଭାବନା ରହିଛି।