ଭୁବନେଶ୍ଵର: ତାତିରୁ ମିଳିବ ଆଶ୍ବସ୍ତି । ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ବଙ୍ଗୋପସାଜରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ବଙ୍ଗୋପସାଗର ମଧ୍ୟଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଯାହା ୮ ତାରିଖ ଯାଏଁ ଉତ୍ତରପଶ୍ଚିମ ଦିଗରେ ଗତି କରିବ । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବବା ବେଳେ ୪୮ ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବା ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ କେନ୍ଦ୍ର ।
ସେପଟେ ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୧୧ ତାରିଖ ଯାଏଁ ବର୍ଷା ସମ୍ଭାବନା ରହିଥିବା ସତର୍କ କରାଇଛି ପାଣିପାଗ ବିଭାଗ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ବର, ଭଦ୍ରକ, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ସମ୍ଭାବନା ରହିଛି । ଏଥିସହିତ ଏହି ସମୟରେ ପବନର ବେଗ ମଧ୍ୟ ୩୦ରୁ ୪୦ ଡିଗ୍ରୀ ରହିବ ।
ସେହିପରି ଆସନ୍ତା ୯ ତାରିଖ ଦିନ ୧୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିରେ ୧୯ ତାରିଖରେ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୧୦ ତାରିଖରେ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୧୧ ଏପ୍ରିଲ ପାଇଁ ଅଧା ଓଡିଶାକୁ ବର୍ଷା ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଜିଲ୍ଲାଗୁଡିକ ହେଲା ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାକୁ ବର୍ଷା ଆଶଙ୍କା ରହିଛି ।