
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତତ୍ୱାବଧାନରେ ମନ୍ କି ବାତ୍’ ଆଜି ୧୦ ବର୍ଷ ପୂରଣ କରିଛି ।ମନ୍ କି ବାତ୍’ର କୋଟି କୋଟି ଶ୍ରୋତା ଆମର ଏହି ଯାତ୍ରାର ଏଭଳି ସାଥି, ଯେଉଁମାନଙ୍କ ଠାରୁ ମୋତେ ନିରନ୍ତର ସହଯୋଗ ମିଳିଛି । ଦେଶର କୋଣ-ଅନୁକୋଣରୁ ସେମାନେ ତଥ୍ୟ ଉପଲବ୍ଧ କରାଇଛନ୍ତି। ଆମ ଦେଶରେ ଅନେକ ପ୍ରତିଭାଶାଳୀ ବ୍ୟକ୍ତି ଅଛନ୍ତି, ଯେଉଁମାନଙ୍କ ମନରେ ଦେଶ ଓ ସମାଜସେବା କରିବାର ଉତ୍ସାହ ଭରି ରହିଛି ।
ସେମାନେ ନିଃସ୍ୱାର୍ଥ ଭାବରେ ଜନସାଧାରଣଙ୍କ ସେବା କରିବାରେ ନିଜର ସମ୍ପୂର୍ଣ୍ଣ ଜୀବନ ସମର୍ପି ଦେଉଛନ୍ତି । ସେମାନଙ୍କ ବିଷୟରେ ଜାଣି ମୋ ମଧ୍ୟରେ ଶକ୍ତିର ଭରପୁର ସଂଚାର ହୋଇଯାଉଛି । ‘ମନ୍ କି ବାତ୍’ର ଏହି ସମ୍ପୂର୍ଣ୍ଣ ପ୍ରକ୍ରିୟା ମୋ ପାଇଁ ମନ୍ଦିରକୁ ଯାଇ ଦେବଦର୍ଶନ କରିବା ସଦୃଶ ।
‘ମନ୍ କି ବାତ୍’ର ପ୍ରତ୍ୟେକ କଥାକୁ, ପ୍ରତ୍ୟେକ ଘଟଣାକୁ, ପ୍ରତ୍ୟେକ ଚିଠିକୁ ଯେତେବେଳେ ମୁଁ ମନେପକାଉଛି, ସେତେବେଳେ ମୋତେ ଲାଗୁଛି ଯେ, ଜନତା-ଜନାର୍ଦ୍ଦନ, ଯେଉଁମାନେ ମୋ ପାଇଁ ଈଶ୍ୱର ସଦୃଶ, ମୁଁ ସେମାନଙ୍କ ଦର୍ଶନ କରୁଛି । ଜନତାଙ୍କ ଅକ୍ଲାନ୍ତ ପରିଶ୍ରମ ଦ୍ୱାରା ମନ କି ବାତ ଏକ ସ୍ୱତନ୍ତ୍ର ସ୍ଥାନରେ ପହଞ୍ଚିସାରିଛି ।