ଭୁବନେଶ୍ଵର: ଆଜି ଶେଷ ହେବାକୁ ଯାଉଛି ମାଟ୍ରିକ ପରୀକ୍ଷା। ତୃତୀୟ ଭାଷା ହିନ୍ଦୀ ଓ ସଂସ୍କୃତ ବିଷୟରେ ପରୀକ୍ଷା ଦେଉଛନ୍ତି ପରୀକ୍ଷାର୍ଥୀ। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ଦିନ ୧୧ଟା ବେଳେ ଶେଷ ହୋଇଛି ପରୀକ୍ଷା । ମାର୍ଚ୍ଚ ୧୯ରୁ ପାଖାପାଖି ୧୩ ଦିନ ଧରି ଛାତ୍ରଛାତ୍ରୀଙ୍କ ପରୀକ୍ଷା ଖାତାର ମୂଲ୍ୟାଙ୍କନ ହେବ। ପରୀକ୍ଷା ଖାତା ମୂଲ୍ୟାଙ୍କନ ସରିବା ପରେ ଦଶମ ରେଜଲ୍ଟ ପ୍ରକାଶ ହେବ। ମେ’ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ଫଳ ।
ପ୍ରକାଶଥାଉ ଯେ, ରାଜ୍ୟରେ ୩ ହଜାର ୧୩୩ଟି କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ୫ ଲକ୍ଷ ୨୨ ହଜାର ୩୩୬ ଛାତ୍ରଛାତ୍ରୀ। ପେପର୍ ଲିକ ରୋକିବାକୁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପ୍ରଶ୍ନପତ୍ର ଭାଇରାଲ୍ ରୋକିବାକୁ QR କୋଡ୍ ସହ ସ୍ପେଶାଲ୍ ନମ୍ବର ରହିଛି। ଫେବ୍ରୁଆରୀ ୨୧ ତାରିଖରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା। ରାଜ୍ୟରେ ହୋଇଥିବା ୩ହଜାର ୧୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୨୨ ହଜାର ୩୩୬ ପରୀକ୍ଷାର୍ଥୀ ଦେଉଥିଲେ। କପି ରୋକିବା ପାଇଁ ଚାରିସ୍ତରୀୟ ସ୍କ୍ବାଡ୍ ବ୍ୟବସ୍ଥା କରାଯାଇଥିବା ବେଳେ ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲାଗିଥିଲେ ।