ଆସନ୍ତାକାଲି ବଙ୍ଗୋପସାଗରରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି, ଏହା ଆଗକୁ ଅବପାତର ରୂପ ନେଇପାରେ ।ଯାହା ପ୍ରଭାବରେ ସାରା ରାଜ୍ୟରେ ବର୍ଷା ପ୍ରବାହ ଜାରି ରହିବ ।କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ କେତେକ ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ।୫ଜିଲ୍ଲାରେ ଅଧିକ ବର୍ଷା ନେଇ ୟୋଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଆକଳନ କରିଛି ପାଣିପାଗ ବିଭାଗ ।
୩୧ ତାରିଖ ବେଳକୁ ଏହି ଘୁର୍ଣ୍ଣିବଳୟ ଅବପାତର ରୂପ ନେବା ବୋଲି ଆକଳନ କରିଛି ବୋଲି ପାଣିପାଗ ବିଭାଗ ।କଟକ,ନୟାଗଡ,ଢେଙ୍କାନାଳ,ଅନୁଗୁଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଚଳିତ ମୌସୁମୀରେ ରାଜ୍ୟରେ ଜୁନ ୧ରୁ ବର୍ତ୍ତମାନ ସୁଦ୍ଧା ୪୭୮.୮ ମିମି ବର୍ଷା ରେକର୍ଡ କରାଯାଇଛି ।