Site icon UTKAL PRATIDIN

ପଞ୍ଚୁକ ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର, ସୁରକ୍ଷା ପାଇଁ ୩୮ ପ୍ଲାଟୁନ ପୋଲିସ ମୁତୟନ

PURI-5

କାର୍ତ୍ତିକ ମାସରେ ଶ୍ରୀମନ୍ଦିର ଚଳଚଞ୍ଚଳ ହୋଇ ଉଠୁଛି ।ଏହା ଧର୍ମ ମାସ ହୋଇଥିବାରୁ ଗାଁରୁ ସହର ପର୍ଯ୍ୟନ୍ତ ଜନଗଣ ଏ ମାସଟିକୁ ନିଷ୍ଠା ସହକାରେ ପାଳନ କରନ୍ତି। ମାସସାରା ପାଳି ନ ପାରିଲେ ପଞ୍ଚୁକ ପାଞ୍ଚଦିନ ପାଳନ୍ତି। ପୁରୀରେ ପଞ୍ଚୁକ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ପୁରୀରେ ୩୮ ପ୍ଲାଟୁନ୍ ପୁଲିସ୍ ଫୋର୍ସ ମୁତୟନ କରାଯିବ। ପଞ୍ଚୁକ ଏବଂ ଟ୍ରାଫିକ ପରିଚାଳନା ସମୟରେ ଶ୍ରୀଜଗନ୍ନାଥ ମନ୍ଦିରରେ ସୁଗମ ଦର୍ଶନ ଉପରେ ଧ୍ୟାନ ଦିଆଯିବ ବୋଲି ପୁରୀ ଏସପି ବିନିତ ଅଗ୍ରୱାଲ ସୂଚନା ଦେଇଛନ୍ତି।

Exit mobile version