
ସେନା ଓ ପୋଲିସ ମଧ୍ୟରେ କଳହ ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଛି ।ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କ ମଦ ଓ ନିର୍ଯାତନା ଘଟଣାରେ କଡା କାର୍ୟ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।ଘଟଣାକୁ ଦୁର୍ଭାଗ୍ୟଜନକ ଓ ନିନ୍ଦନୀୟ କହିବାସହ ସହ ବିଚାର ବିଭାଗୀୟ ତଦନ୍ତ ଦାବି କଲେ ନବୀନ।ଏହି ଘଟଣା ରାଜ୍ୟ ରାଜନୀତିକୁ ବେଶ ସରଗରମ କରିଛି ।ଅନ୍ୟପଟେ ସଂପୃକ୍ତ ଘଟଣାରେ ଭରତପୁର ଥାନାର ଆଇଆଇସି ଓ ନିଲମ୍ବିତ ହୋଇଥିବା କର୍ମଚାରୀଙ୍କ ବିରୋଧରେ ମାମଲା ରୁଜୁ ହୋଇଛି ।