
ଭୁବନେଶ୍ଵର: ନବମ ଥର ପାଇଁ ବିଜେଡି ସଭାପତି ହେଲେ ନବୀନ ପଟ୍ଟନାୟକ । ନିର୍ଦ୍ବନ୍ଦ୍ବରେ ସଭାପତି ନିର୍ବାଚିତ ହେଲେ ନବୀନ ପଟ୍ଟନାୟକ । ବିଧିବଦ୍ଧ ଭାବେ ବିଜେଡି ସଭାପତିଙ୍କ ନାମ ଘୋଷଣା କଲା ଦଳ । ବିଜେଡି ସାଂଗଠନିକ ନିର୍ବାଚନରେ ନବୀନ ନିର୍ବାଚିତ ।
ନବୀନ ପଟ୍ଟନାୟକ ନବମ ଥର ପାଇଁ ବିଜୁ ଜନତା ଦଳର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ନିର୍ଦ୍ବନ୍ଦ୍ବରେ ସଭାପତି ନିର୍ବାଚିତ ହୋଇଛନ୍ତି ନବୀନ ପଟ୍ଟନାୟକ । ଏ ନେଇ ବିଧିବଦ୍ଧ ଭାବେ ବିଜେଡି ନିର୍ବାଚନ ଅଧିକାରୀ ପ୍ରତାପ ଦେବ ଘୋଷଣା କରିଛନ୍ତି । ଶଙ୍ଖ ଭବନରେ ଅନୁଷ୍ଠିତ ବିଜେଡି ରାଜ୍ୟ ପରିଷଦ ବୈଠକରେ ଏହି ଘୋଷଣା କରାଯାଇଛି । ତେବେ ଏକମାତ୍ର ପ୍ରାର୍ଥୀ ଭାବେ ବିଜେଡି ସଭାପତି ପଦ ପାଇଁ ନାମାଙ୍କନ ଦାଖଲ କରିଥିଲେ ନବୀନ ପଟ୍ଟନାୟକ । ଏହି ଅବସରରେ ଶଙ୍ଖ ଭବନରେ ବିଜେଡି ନେତା ଓ କର୍ମୀଙ୍କ ଭିଡ଼ ଦେଖିବାକୁ ମିଳିଛି । ନବୀନ ସଭାପତି ନିର୍ବାଚିତ ହେବା ପରେ ତାଙ୍କୁ ସମସ୍ତେ ଶୁଭେଚ୍ଛା ଜଣାଇଛନ୍ତି ।