
ଭୁବନେଶ୍ଵର: ନୂଆ ରାସନ କାର୍ଡ ବଣ୍ଟନ ନେଇ ସରକାରଙ୍କ ଘୋଷଣା । ଯୋଗ୍ୟ ହିତାଧିକାରୀଙ୍କୁ ବଣ୍ଟନ ହେବ ନୂଆ ରାସନ କାର୍ଡ । ମିଳିବ ରଙ୍ଗୀନ ରାସନ କାର୍ଡ । ନୂଆ ରାସନ କାର୍ଡ ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ।ଆସନ୍ତା ୨୨ ତାରିଖ ସୁଦ୍ଧା ନୂଆ ରାସନ କାର୍ଡ ପ୍ରିଣ୍ଟ ସହିତ ଲାମିନେସନ କରି ସମ୍ପୂର୍ଣ୍ଣ ପ୍ରସ୍ତୁତ କରିବାକୁ କୁହାଯାଇଛି । ଏହାପରେ ଜିଲ୍ଲାପାଳଙ୍କ ଦ୍ୱାରା ନିର୍ଦ୍ଧାରିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରାସନ କାର୍ଡ ବଣ୍ଟନ କରାଯିବ ।
ସରକାରଙ୍କ ଘୋଷଣା, ଏଣିକି ହିତାଧିକାରୀଙ୍କୁ ମିଳିବ ରଙ୍ଗୀନ ରାସନ କାର୍ଡ । ବିଡିଓ, ମ୍ୟୁନିସିପାଲ୍ କମିସନର ଏହି କାର୍ଡ ଇସ୍ୟୁ କରିବେ । ଆସନ୍ତା ୨୦ ଏପ୍ରିଲ ସୁଦ୍ଧା ନୂଆ ରାସନ କାର୍ଡ ପ୍ରସ୍ତୁତ ହେବ । ବ୍ଲକ ଓ ୟୁଏଲବି ଅଧିକାରୀ ହିତାଧିକାରୀମାନଙ୍କୁ ଏହି ନୂଆ ରାସନ କାର୍ଡ ବାଣ୍ଟିବେ । ତେବେ ପ୍ରାଥମିକ ଯାଞ୍ଚପରେ ଏଥିରେ ନୂଆ ସଦସ୍ୟ ସାମିଲ କରାଯାଇ ପାରିବ ।
କହିରଖୁଛୁ ଯେ, ଯୋଗ୍ୟ ହିତାଧିକାରୀଙ୍କୁ ରାସନ କାର୍ଡ ବଣ୍ଟନ ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି । ଇକେଓ୍ୱାଇସି କରି ଯୋଗ୍ୟ ହିତାଧିକାରୀ ଚିହ୍ନଟ କରିବା ସହ ଅଯୋଗ୍ୟଙ୍କୁ ବାଦ ଦିଆଯିବା ପ୍ରକ୍ରିୟା ଜାରି ରହିଛି । ତେବେ ଏହାରି ଭିତରେ ନୂଆ ରାସନ କାର୍ଡ ବଣ୍ଟନ ଯୋଗ୍ୟ ହିତାଧିକାରୀଙ୍କ ପାଇଁ ଖୁସି ଖବର ଆଣିଦେଇଛି ।