Site icon UTKAL PRATIDIN

ପଦମପୁରକୁ ଜିଲ୍ଲା କରାଇ ଦେଉନାହାନ୍ତି ବିରୋଧି: ପାଣ୍ଡିଆନ

VK-Pandian-visits-Sundergarh

ପଦମପୁର: ପଦମପୁରକୁ ଜିଲ୍ଲା କରିବା ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ରାଜ୍ୟ ସରକାର ମଧ୍ୟ ବିଜ୍ଞପ୍ତି ପ୍ରକାଶ କଲେ । ଏପରିକି ଜିଲ୍ଲାପାଳ କାର୍ଯ୍ୟାଳୟ ପାଇଁ ମଧ୍ୟ ଜାଗା ଚିହ୍ନଟ କରାଗଲା । କିନ୍ତୁ ଚକ୍ରାନ୍ତକାରୀ ଗୋଷ୍ଠୀ ତାକୁ ବନ୍ଦ କରିବାକୁ ଚେଷ୍ଟା କରୁଛନ୍ତି ବୋଲି ପଦମପୁର ନିର୍ବାଚନୀ ପ୍ରଚାରରେ ବିରୋଧିଙ୍କୁ ଟାର୍ଗଟ କରି କହିଛନ୍ତି ପାଣ୍ଡିଆନ ।

ପାଣ୍ଡିଆନ ଆହୁରି ମଧ୍ୟ କହିଛନ୍ତି ଯେ, କୋର୍ଟରେ କେସ୍‌ କରି ଆପଣମାନଙ୍କ ହକ୍‌କୁ ଛଡାଇନେବାକୁ ଚେଷ୍ଟା କରୁଛନ୍ତି ବିରୋଧି । କିନ୍ତୁ ସେ ଯାହା କଲେ ବି ସଫଳ ହେବେ ନାହିଁ, ଆମେ ସବୁଠି ଲଢି ପଦମପୁରକୁ ଜିଲ୍ଲା କରିବୁ ବୋଲି ପ୍ରତିଶୃତି ଦେଇଛନ୍ତି ପାଣ୍ଡିଆନ । କେନ୍ଦ୍ରମନ୍ତ୍ରୀ ଆସି ଏଠାରେ କହିଲେ ଆମେ ଏକ୍ସପ୍ରେସ୍‌ ଟ୍ରେନର ସୁବିଧା ଦେବୁ, ରେଲୱେ ଷ୍ଟେସନ କରିବୁ । ତେବେ କୁଆଡେ ଗଲା ସେ ପ୍ରତିଶୃତି ବୋଲି ପ୍ରଶ୍ନ କରିଛନ୍ତି ପାଣ୍ଡିଆନ ।

ପାଣ୍ଡିଆନ ଆହୁରି ମଧ୍ୟ କହିଛନ୍ତି ଯେ, ଚାଷୀମାନଙ୍କ ଫସଲ ବୀମା ପାଇଁ କେନ୍ଦ୍ର ସରକାର ପ୍ରିମିଅମ ମାଗୁଛି । ନବୀନ ସରକାର ଚାଷୀଙ୍କ ପାଇଁ ପ୍ରିମିଅମ ଦେଇ ଆପଣମାନଙ୍କ ବୋଝ ହାଲ୍‌କା କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଫସଲ ବୀମାକୁ ସରଳ କରିବେ ବୋଲି ପ୍ରତିଶୃତି ଦେଇଥିଲେ, ଚାଷୀଙ୍କ ପାଇଁ ବହୁତ କୁମ୍ଭୀର କାନ୍ଦଣା କାନ୍ଦିଲେ, କିନ୍ତୁ କିଛି କଲେ ନାହିଁ । କେନ୍ଦୁପତ୍ର ତୋଳାଳୀ ମାନଙ୍କ ପାଇଁ GST ଉଠାଇବାକୁ ନବୀନ ବାବୁ ବହୁତ ଥର କେନ୍ଦ୍ରକୁ ଅନୁରୋଧ କରିଛନ୍ତି, କିନ୍ତୁ ସେମାନେ ଉଠାଇଲେ ନାହିଁ, ନବୀନ ବାବୁ କିନ୍ତୁ କେନ୍ଦୁପତ୍ର ଉପରେ GST ଉଠାଇଦେଲେ, ବୋନସ ମଧ୍ୟ ୨୫ ରୁ ବଢାଇ ୫୦ ପ୍ରତିଶତ କଲେ ବୋଲି କହିଛନ୍ତି ପାଣ୍ଡିଆନ ।

ମା ସମଲେଇଙ୍କ ପ୍ରକଳ୍ପକୁ ମଧ୍ୟ ବନ୍ଦ କରିବାକୁ ଚେଷ୍ଟା କରିଥିଲେ । ଗୋଟିଏ ଗରିବ ଲୋକ ଜରିଆରେ ସୁପ୍ରିମ କୋର୍ଟରେ କେସ୍‌ କଲେ । ସେଠାରେ ସୁପ୍ରିମ କୋର୍ଟ ଓକିଲଙ୍କ ଫିସ୍‌ ହେଉଛି ୩୦ ଲକ୍ଷ ଟଙ୍କା । ଏବେ ଆପଣ ଜାଣନ୍ତୁ ଚକ୍ରାନ୍ତ କିଏ କରିଥିଲା । ଜଗନ୍ନାଥ ମହାପ୍ରଭୁଙ୍କ ପରିକ୍ରମା ପ୍ରକଳ୍ପ ବନ୍ଦ କରିବା ପାଇଁ ସେମାନେ ହାଇକୋର୍ଟ ସୁପ୍ରିମକୋର୍ଟ ସବୁଠି କେସ୍‌ କରିଛନ୍ତି, କିନ୍ତୁ ସଫଳ ହେଲେନି । ପଡୋଶୀ ଛତିଶଗଡରେ ଆଜି ପର୍ଯ୍ୟନ୍ତ ନକ୍ସଲ ସମସ୍ୟା ଅଛି, ଡବଲ ଇଞ୍ଜିନ ସରକାର କିଛି କରିପାରୁନି, ଏବେ ବି ଅଶାନ୍ତ । କିନ୍ତୁ ଓଡିଶାରେ ନବୀନ ଇଞ୍ଜିନ ସରକାର ବିକାଶ ଜରିଆରେ ନକ୍‌ସଲ ସମସ୍ୟା ଦୂର କରିଛନ୍ତି ବୋଲି କହିଛନ୍ତି ପାଣ୍ଡିଆନ ।

Exit mobile version