
ଭୁବନେଶ୍ଵର: କଲେଜ ଛାତ୍ରୀଙ୍କ ପାଇଁ ବଡ ଘୋଷଣା । ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବଡ଼ ସୂଚନା ଦେଇଛନ୍ତି। ଏଣିକି ସୁଭଦ୍ରା ସର୍ଭେରେ ସାମିଲ ହୋଇପାରିବେ କଲେଜ ଛାତ୍ରୀ। ଗତକାଲି ବସିଥିବା ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି । ପୂର୍ବରୁ ସୁଭଦ୍ରା ହିତାଧିକାରୀ ଯେଉଁମାନେ ଟଙ୍କା ପାଇବାରୁ ବଞ୍ଚିତ ଅଛନ୍ତି ସେମାନଙ୍କ ପାଇଁ ସର୍ଭେ ହେବ ବୋଲି କହିଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।
ବୈଠକର ଅନ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଅନୁଯାୟୀ ଯେଉଁ ହିତାଧିକାରୀମାନେ ପ୍ରଥମେ ସୁଭଦ୍ରା ସହାୟତା ପାଇଁ ପଞ୍ଜୀକରଣ କରିଥିଲେ, ମାତ୍ର ପରବର୍ତ୍ତୀ ସମୟରେ ସେମାନଙ୍କ ପରିବାର ଆର୍ଥିକ ସ୍ବଚ୍ଛଳ ବର୍ଗରେ ଆସୁଥିବା ଜାଣି ସେମାନେ ସୁଭଦ୍ରା ପୋର୍ଟାଲରେ ସହାୟତା ନ ନେବା ପାଇଁ ଅପ୍ଟ ଆଉଟ କରିଛନ୍ତି ବା ସେୱଚ୍ଛାକୃତ ଭାବେ ମନା କରିଛନ୍ତି ସେମାନଙ୍କୁ ସମ୍ବର୍ଦ୍ଧିତ କରାଯିବ । ସେହିପରି ବର୍ତ୍ତମାନ ସୁଦ୍ଧା ଯେଉଁମାନେ ସୁଭଦ୍ରାରେ ଅନ୍ତର୍ଭୁକ୍ତ ହୋଇନାହାନ୍ତି ବା କୌଣସି କାରଣରୁ ବାଦ ପଡିଛନ୍ତି ସେମାନଙ୍କ ସଂପର୍କରେ କମିଟି ମାଧ୍ୟମରେ ତର୍ଜମା କରାଯାଇ ଏ ସଂପର୍କିତ ଅଭିଯୋଗର ସମାଧାନ କରାଯିବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି ।
ପୂର୍ବରୁ ସୁଭଦ୍ରାର ପ୍ରଭାବ ସଂପର୍କରେ ମୂଲ୍ୟାୟନ କରିବା ପାଇଁ ଆଇଆଇଏମ, ସମ୍ୱଲପୁର ସହିତ ରାଜ୍ୟ ସରକାରଙ୍କ ସହ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଥିଲ । ଆଇଆଇଏମ, ସମ୍ୱଲପୁରର ସହାୟତାରେ ହିତାଧିକାରୀମାନଙ୍କଠାରୁ ମତାମତ ସଂଗ୍ରହ କରିବା ପାଇଁ ସର୍ବେକ୍ଷଣରେ କଲେଜ ଛାତ୍ରୀ ମାନଙ୍କୁ ସାମିଲ କରିବାକୁ ସୁଭଦ୍ରା ସୋସାଇଟି ପରିଚାଳନା ପରିଷଦର ତୃତୀୟ ବୈଠକରେ ନିଷ୍ପତ୍ତି ନିଆଯାଇଛି ।
ବୈଠକର ଅନ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଅନୁଯାୟୀ ଯେଉଁ ହିତାଧିକାରୀମାନେ ପ୍ରଥମେ ସୁଭଦ୍ରା ସହାୟତା ପାଇଁ ପଞ୍ଜୀକରଣ କରିଥିଲେ, ମାତ୍ର ପରବର୍ତ୍ତୀ ସମୟରେ ସେମାନଙ୍କ ପରିବାର ଆର୍ଥିକ ସ୍ୱଚ୍ଛଳ ବର୍ଗରେ ଆସୁଥିବା ଜାଣି ସେମାନେ ସୁଭଦ୍ରା ପୋର୍ଟାଲ୍ରେ ସହାୟତା ନ ନେବା ପାଇଁ ଅପ୍ଟ ଆଉଟ୍ କରିଛନ୍ତି ବା ସ୍ୱେଚ୍ଛାକୃତ ଭାବେ ମନା କରିଛନ୍ତି ସେମାନଙ୍କୁ ସମ୍ବର୍ଦ୍ଧିତ କରାଯିବ । ସେହିପରି ବର୍ତ୍ତମାନ ସୁଦ୍ଧା ଯେଉଁମାନେ ସୁଭଦ୍ରାରେ ଅନ୍ତର୍ଭୁକ୍ତ ହୋଇନାହାନ୍ତି ବା କୌଣସି କାରଣରୁ ବାଦ୍ ପଡ଼ିଛନ୍ତି, ସେମାନଙ୍କ ସଂପର୍କରେ କମିଟି ମାଧ୍ୟମରେ ତର୍ଜମା କରାଯାଇ ଏ ସଂପର୍କିତ ଅଭିଯୋଗର ସମାଧାନ କରାଯିବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି ।