ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ ।ଘୁର୍ଣ୍ଣିବଳୟ ଲଘୁଚାପର ରୂପ ନେବ।ଯାହା ଫଳରେ ଆସନ୍ତା ୧୭ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷ ଜାରି ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।ଆଗାମୀ ୨୪ଘଣ୍ଟାରେ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷ ହେବାର ସମ୍ଭାବନା ରହିଛି ବୋଲି ଆକଳନ କରିଛି ପାଣିପାଗ ବିଭାଗ ।ବର୍ଷା ନେଇ ଶନିବାର ପାଇଁ ୬ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।
ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲାରେ ଅଧିକ ବର୍ଷ ହେବାର ସମ୍ଭାବନା ରହିଛି ।