Site icon UTKAL PRATIDIN

ଆସୁଛି ବଡ ବର୍ଷା

images (4)

ରାଜ୍ୟରେ ରବିବାର ଠାରୁ ବର୍ଷାର ପରିମାଣ ବଢିବ ।କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆକଳନ କରିଛି ପାଣିପାଗ ବିଭାଗ ।ମୟୁରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର ବଙ୍ଗୋପସାଗରରେ ଏହି ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି ଆଗାମୀ ୨୪ଘଣ୍ଟାରେ ଏହା ଅବପାତର ରୂପ ନେବ।

ଉତ୍ତର ଓଡିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷ ହେବାର ସମ୍ଭାବନା ରହିଛି ବୋଲି ଆକଳନ କୄଇଛି ପାଣିପାଗ ବିଭାଗ ।ଆସନ୍ତା ଦୁଇଦିନ ରାଜ୍ୟର କିଛି ସ୍ଥାନରେ ଅଧିକ ବର୍ଷା ସମ୍ଭାବନା ଥିବାରୁ ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ କମିଶନର (ଏସ୍ଆରସି) ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।ରବିବାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ମାଲକାନଗିରି, କୋରାପୁଟ, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହୋଇପାରେ।

Exit mobile version