Sunday, May 19, 2024
HomeODISHA୩ ଦିନ ବର୍ଷିବ, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

୩ ଦିନ ବର୍ଷିବ, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ୟରେ ତାତିରୁ ମିଳିଛି ସାମାନ୍ୟ ଆଶ୍ୱସ୍ତି । କାଳବୈଶାଖୀ ବର୍ଷା ପ୍ରଭାବରେ ରାଜ୍ୟରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି । ଆଜିଠୁ ୩ ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପେଗ କେନ୍ଦ୍ର ।

ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଆଜି ଗଞ୍ଜାମ, ଗଜପତି, ରାୟଗଡା, କନ୍ଧମାଳ, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ସେହିପରି ୧୬ ଏବଂ ୧୭ ତାରିଖରେ ସାରା ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ତେବେ ଆସନ୍ତାକାଲି (ଶନିବାର) ମଧ୍ୟ କିଛି ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । ଯାହାକୁନେଇ ୭ଟି ଜିଲ୍ଲା କୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ବର୍ଷା ପ୍ରଭାବରେ ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟରେ ତାପମାତ୍ରା ୨ ରୁ ୩ ଡିଗ୍ରୀ ହ୍ରାସ ପାଇବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments