Site icon UTKAL PRATIDIN

ଆମ ଓଡ଼ିଶା ନବୀନ ଓଡ଼ିଶା; ପ୍ରତି ପଞ୍ଚାୟତ ପାଇଁ ୫୦ ଲକ୍ଷ

22

ଭୁବନେଶ୍ବର: ରାଜ୍ୟ ସରକାରଙ୍କର ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନା ମାଧ୍ୟମରେ ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଅଭିଯାନ ଆରମ୍ଭ ହୋଇଛି  । ପ୍ରତି ପଞ୍ଚାୟତ ଓ ପ୍ରତି ଗାଁ ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ।  ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ତୃତୀୟ ଦିନରେ ମୟୂରଭଂଜ, ବରଗଡ ଓ ଦେବଗଡ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ପ୍ରତି ପଞ୍ଚାୟତ ୫୦ ଲକ୍ଷ ଟଙ୍କା ପାଇବେ ।

ମୟୂରଭଂଜ ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀକୁ ୧୧୧ କୋଟି ୫୦ ଲକ୍ଷ ଟଙ୍କା  ମିଳିଛି।  ସେହିପରି ବରଗଡର ୫ଟି ନିର୍ବାଚନ ମଣ୍ଡଳୀ ପାଇଁ ୧୨୬ କୋଟି ୫୦ ଲକ୍ଷ ଟଙ୍କା ମିଳିଥିବାବଳେ ଦେବଗଡର ଗୋଟିଏ ନିର୍ବାଚନମଣ୍ଡଳୀ ପାଇଁ ୩୫ କୋଟି  ଟଙ୍କା ମିଳିଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ବିକଶିତ ଗାଁ ଆଧୁନିକ ଓଡିଶାର ପରିଚୟ ହେବ । ରୂପାନ୍ତର  ଆଜି  ଲୋକଙ୍କ  ମଧ୍ୟରେ  ଉତ୍ସାହ  ସୃଷ୍ଟି କରିଛି । ୩ଟି ଜିଲ୍ଲାର ୨୩ଟି ବିକାଶମୂଳକ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୨୬୩ କୋଟି ୧୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି  । ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଗାଁ ରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । ଓ୍ବାର୍କ ହବ୍ ହେବ । ବ୍ୟାଙ୍କି ସୁବିଧା  ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର ପ୍ରାଇମେରୀ ସ୍କୁଲ  ଗୁଡିକ ମଧ୍ୟ ସାମିଲ ହେବ।

ଏହା ଆମର ଯୁବ ସମାଜ ପାଇଁ, ମା ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ। ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି, ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ, ସାଂସଦ ଶ୍ରୀମତୀ ମମତା ମହନ୍ତ, ବିଧାୟକ ଶ୍ରୀ ରାଜକିଶୋର ଦାସ, ବିଧାୟକ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ ପ୍ରମୂଖ ଯୋଗଦେଇ ଗାଁ ଗାଁ ରେ ବିକାଶର ନୂଆ ଯୁଗ ଆସିଛି ବୋଲି ମତପ୍ରକାଶ କରିଥିଲେ । କାର୍ଯ୍ୟକ୍ରମରେ ୩ଟି ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

Exit mobile version