
ଭୁବନେଶ୍ଵର: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ମୂଲ୍ୟ ଲଗାତାର ପ୍ରତି ବ୍ୟାରେଲ ୬୫ ଡଲାର ତଳେ ରହିବା ସତ୍ତ୍ୱେ, ଭାରତରେ ଆଜି ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲର ଖୁଚୁରା ମୂଲ୍ୟରେ ବୃଦ୍ଧି ଘଟିଛି। ବୁଧବାର ସକାଳ ୬ଟାରୁ ଲାଗୁ ହୋଇଥିବା ନୂଆ ଦର ଅନୁସାରେ, ଅନେକ ସହରରେ ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି, ତଥାପି ଦିଲ୍ଲୀ ଏବଂ ମୁମ୍ବାଇ ଭଳି ବଡ଼ ମହାନଗରଗୁଡ଼ିକରେ କୌଣସି ପରିବର୍ତ୍ତନ ହୋଇନାହିଁ।
ଭୁବନେଶ୍ୱର ପେଟ୍ରୋଲ ଦରରେ ମଧ୍ୟ ନୂଆ ଦର ଜାରି ହୋଇଛି । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦. ୧୧ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨ .୬୯ ପଇସା ରହିଛି । ଏପରିକି ଦେଶର ପ୍ରମୁଖ ସହରରେ ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୦ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫ . ୦୧ ଟଙ୍କା ଥିବାବେଳେ ଡିଜେଲ ଦର ୯୧ ଟଙ୍କା ୮୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୮୦ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୩୯ ପଇସା ରହିଛି ।
ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।
ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ ।