
ଭୁବନେଶ୍ବର: 5T ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଦ୍ବିତୀୟ ଦିନ। ଆଜି ମୁଖ୍ୟମନ୍ତ୍ରୀ ୬ଟି ଜିଲ୍ଲାର ୩୨୭ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ୬ ଜିଲ୍ଲା-ମାଲକାନଗିରି, ବାଲେଶ୍ବର, ଗଜପତି, ଢେଙ୍କାନାଳ, କେନ୍ଦୁଝର ଓ କଟକ। ମାଲକାନଗିରି ଜିଲ୍ଲାର ୩୫ଟି ହାଇସ୍କୁଲ, ବାଲେଶ୍ବରର ୭୬ଟି, ଗଜପତିର ୨୮ଟି, ଢେଙ୍କାନାଳର ୬୩ଟି, କେନ୍ଦୁଝରର ୪୫ଟି ଓ କଟକର ୮୦ଟି ହାଇସ୍କୁଲ ଲୋକାର୍ପିତ ହୋଇଛି।
କାର୍ଯ୍ୟକ୍ରମରେ ଯୋଗ ଦେଇ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଲେ ଯେ 5T ସ୍କୁଲ ରୂପାନ୍ତର ଆଜି ପିଲାଙ୍କ ମଧ୍ୟରେ ଭଲ ପାଠ ପଢି ବଡ ହେବାର ସ୍ବପ୍ନକୁ ଜାଗ୍ରତ କରିପାରିଛି।କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ବିଭାଗର କମିଶନର ତଥା ସଚିବ ଅଶ୍ବଥୀ ଏସ୍, ଓସେପାର ସ୍ବତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର, ଉନ୍ନୟନ କମିଶନର, ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ସଚିବ ଓ ଅନ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ ।
ନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଦ୍ବିତୀୟ ଦିନ। ଆଜି ମୁଖ୍ୟମନ୍ତ୍ରୀ ୬ଟି ଜିଲ୍ଲାର ୩୨୭ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ୬ ଜିଲ୍ଲା-ମାଲକାନଗିରି, ବାଲେଶ୍ବର, ଗଜପତି, ଢେଙ୍କାନାଳ, କେନ୍ଦୁଝର ଓ କଟକ। ମାଲକାନଗିରି ଜିଲ୍ଲାର ୩୫ଟି ହାଇସ୍କୁଲ, ବାଲେଶ୍ବରର ୭୬ଟି, ଗଜପତିର ୨୮ଟି, ଢେଙ୍କାନାଳର ୬୩ଟି, କେନ୍ଦୁଝରର ୪୫ଟି ଓ କଟକର ୮୦ଟି ହାଇସ୍କୁଲ ଲୋକାର୍ପିତ ହୋଇଛି।
ପୂର୍ବରୁ ତିନୋଟି ପର୍ଯ୍ୟାୟରେ ରାଜ୍ୟରେ ୬୮୮୩ଟି ସ୍କୁଲ ରୂପାନ୍ତରିତ ହୋଇଛି । ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ। ଏହି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୭୭ଟି ସ୍କୁଲ ରୂପାନ୍ତରିତ ହେବ ।