Sunday, May 19, 2024
HomePOLITICSପଦ୍ମଶ୍ରୀ ପ୍ରମୋଦ ଭଗତଙ୍କୁ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ସମ୍ବୋର୍ଦ୍ଧନା

ପଦ୍ମଶ୍ରୀ ପ୍ରମୋଦ ଭଗତଙ୍କୁ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ସମ୍ବୋର୍ଦ୍ଧନା

ଭୁବନେଶ୍ୱର: ଥାଇଲାଣ୍ଡରେ ଅନୁଷ୍ଠିତ ହୋଇଥିବା ବିଡବ୍ଲୁଏଫ ବିଶ୍ୱ ପାରା ଚମ୍ପିୟାନସିପ ୨୦୨୪ ରେ ଗୋଟିଏ ସ୍ବର୍ଣ୍ଣ ଓ ଦୁଇଟି ବ୍ରୋଞ୍ଜ ପଦକ ବିଜୟୀ ପଦ୍ମଶ୍ରୀ ପ୍ରମୋଦ ଭଗତଙ୍କୁ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି I

ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡ଼ିୟମ ପରିସରରେ ଅନୁଷ୍ଠିତ ସମ୍ବର୍ଦ୍ଧନା ଉତ୍ସବରେ ଯୋଗଦେଇ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ପ୍ରମୋଦଙ୍କୁ ପୁଷ୍ପଗୁଚ୍ଛ, ଉତ୍ତରୀୟ ଏବଂ ତରକାସି ଫଳକ ପ୍ରଦାନ ସହ ସମ୍ବର୍ଦ୍ଧିତ କରିଥିଲେ I ଏଥି ସହିତ ପ୍ରମୋଦଙ୍କ କୋଚ ଶିବ ପ୍ରସାଦ ଦାସଙ୍କୁ ମଧ୍ୟ ମନ୍ତ୍ରୀ ଶ୍ରୀ ବେହେରା ସମ୍ବର୍ଦ୍ଧିତ କରିଥିଲେ I

ଅଲିମ୍ପିୟାନ ପଦ୍ମଶ୍ରୀ ପ୍ରମୋଦ ଭଗତ ନିଜ ବକ୍ତବ୍ୟରେ କ୍ରୀଡ଼ାର ସର୍ବାଙ୍ଗୀନ ଉନ୍ନତି ଓ ବିକାଶ ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମକୁ ପ୍ରସଂଶା କରିବା ସହ ନିଜର ସଫଳତା ଓ ଆଗାମୀ ଅଲିମ୍ପିକ୍ସ ଲକ୍ଷ୍ୟ ବିଷୟରେ ଉପସ୍ଥିତ କ୍ରୀଡ଼ାବିତ ମାନଙ୍କୁ କହିଥିଲେ I

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments