Sunday, May 19, 2024
HomeODISHAବିଧାୟକଙ୍କ ସଭ୍ୟପଦ ରଦ୍ଦ କଲେ ବାଚସ୍ପତି

ବିଧାୟକଙ୍କ ସଭ୍ୟପଦ ରଦ୍ଦ କଲେ ବାଚସ୍ପତି

ଭୁବନେଶ୍ଵର: ଦୁଇ ବିଧାୟକଙ୍କ ସଭ୍ୟପଦ ରଦ୍ଦ । ଜୟଦେବ ବିଧାୟକ ଅରବିନ୍ଦ ଢାଲି ଓ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକଙ୍କ ବିଧାୟକ ପଦ ରଦ୍ଦ ହୋଇଛି । ବିଧାନସଭା ବାଚସ୍ପତି ପ୍ରମିଳା ମଲ୍ଲିକ ଏହି ଦୁଇ ଜଣଙ୍କ ବିଧାୟକ ପଦକୁ ରଦ୍ଦ କରିଛନ୍ତି । ଏନେଇ ବିଧାନସଭା ସଚିବାଳୟ ପକ୍ଷରୁ ନିର୍ଦେଶାବଳୀ ପ୍ରକାଶ ପାଇଛି।

ଅରବିନ୍ଦ ଢାଲି ଓ ବିଧାୟକ ପ୍ରେମାନନ୍ଦ ନାୟକ ବିଜେଡି ଛାଡିବା ପରେ ମାର୍ଚ୍ଚ ୧୮ ତାରିଖରେ ଶାସକ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ବାଚସ୍ପତିଙ୍କ ପାଖରେ ଏକ ପିଟିସନ୍ ଦାଖଲ କରିଥିଲେ । ଏହି ଘଟଣାର ଶୁଣାଣି ପାଇଁ ଦୁଇ ବିଧାୟକଙ୍କୁ ଏଥିପାଇଁ ନୋଟିସ୍ କରାଯାଇଥିଲା । ହେଲେ ଏହି ଦୁଇ ବିଧାୟକଙ୍କ ପକ୍ଷରୁ ନୋଟିସର କୌଣସି ଉତ୍ତର ମିଳିନଥିଲା । ତେଣୁ ଆଜି ଏହି ଘଟଣାର କାର୍ଯ୍ୟାନୁଷ୍ଠାନ ନେଇ ବାଚସ୍ପତି ଏହି ଦୁଇ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଗତ ମାସ ୨ ତାରିଖରେ ଅରବିନ୍ଦ ବିଜେଡିରୁ ଇସ୍ତଫା ଦେଇଥିଲେ । ଏହାପରେ ୩ ତାରିଖରେ ସେ ବିଜେପିରେ ସାମିଲ ହୋଇଥିଲେ । ସେହିପରି ଗତ ଫେବୃଆରୀ ମାସ ୯ ତାରିଖରେ ପ୍ରେମାନନ୍ଦ ବିଜେଡିରୁ ଇସ୍ତଫା ଦେଇଥିବା ବେଳେ ପରବର୍ତ୍ତୀ ସମୟରେ ବିଜେପିରେ ସାମିଲ ହୋଇଥିଲେ ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments