
୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ସମ୍ଭାବ୍ୟ ବାତ୍ୟା ଦାନା ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଛି ।ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ରାଷ୍ଟ୍ରପତିଙ୍କ ଗସ୍ତକୁ ସ୍ଥଗିତ ରଖାଯାଇଛି।
ଆସନ୍ତା ୨୩ରୁ ୨୫ ଓଡ଼ିଶା ଗସ୍ତରେ ଆସିଥାନ୍ତେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାଙ୍ଗିରିପୋଷି, ରାଇରଙ୍ଗପୁର, ପୁରୀ ଓ ଭୁବନେଶ୍ବରରେ ଅନେକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ ଯୋଗ ଦେବାର ଯୋଜନା ଥିଲା। ରାଷ୍ଟ୍ରପତିଙ୍କ ଗସ୍ତ ସ୍ଥଗିତ ନେଇ ମୟୁରଭଞ୍ଜ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।