
ଆଜି ୬ଟି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଓଡ଼ିଶାରେ ଗଡ଼ିବା ଆଉ ୨ଟି ବନ୍ଦେ ଭାରତ ଏକ୍ସପ୍ରେସ ।ବ୍ରହ୍ମପୁରରୁ ଟାଟାନଗର ଓ ରାଉରକେଲାରୁ ଝାଡ଼ଖଣ୍ଡର ଟାଟାରେ ସକାଳ ୯ଟା୩୦ରେ ପ୍ରଧାନମନ୍ତ୍ରୀ ଉପସ୍ଥିତ ରହି ଭିଡିଓ କନଫରେନ୍ସରେ ବ୍ରହ୍ମପୁରରୁ ଏହି ଟ୍ରେନ୍ ଚଳାଚଳର ଶୁଭାରମ୍ଭ କରିବେ। ହାଓ୍ବଡା ମଧ୍ୟରେ ଚାଲିବ ବନ୍ଦେ ଭାରତ ଏକ୍ସପ୍ରେସ ।ରାଜ୍ୟପାଳ ରଘୁବର ଦାସ ରାଉରକେଲାରେ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବ୍ରହ୍ମପୁର ରେଳ ଷ୍ଟେସନରେ ଉପସ୍ଥିତ ରହିବେ ।
ପରେ ମୁଖ୍ୟମନ୍ତ୍ରୀ ସେହି ଟ୍ରେନରେ ଭୁବନେଶ୍ୱର ପର୍ଯ୍ୟନ୍ତ ଯାତ୍ରା କରିବେ । ସେହିପରି ଟିଟିଲାଗଡ଼ ଦେଇ ଯିବାକୁ ଥିବା ରାୟପୁର ଦୁର୍ଗ ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସକୁ ୧୬ରେ ଅହମ୍ମଦାବାଦରୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ । ଏହି ଭଳି ଭାବେ ଦୁଇ ଦିନରେ ଓଡ଼ିଶାକୁ ମିଳିବ ୩ ବନ୍ଦେ ଭାରତ ଏକ୍ସପ୍ରେସ ।ସେଥିପାଇଁ ରେଳ ବିଭାଗ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି।
ସେପଟେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ବ୍ରହ୍ମପୁର ମହାନଗର ନିଗମ କର୍ମଚାରୀଙ୍କ ଛୁଟି ବାତିଲ୍ କରାଯାଇଛି। ୧୪ ଓ ୧୫ ତାରିଖ ଦୁଇ ଦିନ ମହାନଗର ନିଗମ କାର୍ଯ୍ୟାଳୟ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି ନିଗମ କର୍ତ୍ତୃପକ୍ଷ। ଏନେଇ ବିଏମ୍ସି କମିଶନର୍ ନିର୍ଦ୍ଦେଶ ଜାରି କରିଛନ୍ତି।