
କୋଲକାତା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟାକୁ ନେଇ ଆନ୍ଦୋଳନ ତେଜିବାରେ ଲାଗିଛି ।ଏହି ଘଟଣାକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଥମିବା ନାଁ ଧରୁ ନ ଥିବା ବେଳେ ଏହା ମଧ୍ୟରେ ଆସିଛି ପୀଡ଼ିତାଙ୍କ ବ୍ୟବଚ୍ଛେଦ ରିପୋର୍ଟ । ଅଭିଯୁକ୍ତ ଜଣକ ଟ୍ରେନି ଡାକ୍ତରଙ୍କୁ ଅତି ନିର୍ମମ ଭାବେ ପିଟିବା ପରେ ତାଙ୍କ ସହ ଦୁଷ୍କର୍ମ କରିଥିଲା। ଏହାପରେ ତଣ୍ଟି ଚିପି ତାଙ୍କ ହତ୍ୟା କରିଥିବା ବ୍ୟବଚ୍ଛେଦ ରିପୋର୍ଟରେ ସ୍ପଷ୍ଟ ଆସିଛି ।ବ୍ୟବଚ୍ଛେଦ ରିପୋର୍ଟ ଅନୁସାରେ ଅଭିଯୁକ୍ତ ବଳାତ୍କାର ପୂର୍ବରୁ ପୀଡ଼ିତାଙ୍କୁ ପ୍ରବଳ ପିଟିଥିଲେ। ତାଙ୍କ ମୁହଁକୁ ବହୁଥର ଆକ୍ରମଣ କରାଯାଇଥିବା ବେଳେ ତାଙ୍କ ଚଷମା ଭାଙ୍ଗି ଯାଇଥିଲା। ଏପରିକି ଚଷମାର କାଚର କିଛି ଅଂଶ ତାଙ୍କ ଆଖିରେ ଗଳି ଯାଇଥିବା ଜଣାଯାଇଛି। ପ୍ରବଳ ମାଡ ଯୋଗୁ ପୀଡ଼ିତାଙ୍କ ବେକ ହାଡ଼ ଭାଙ୍ଗି ଯାଇଥିବା ରିପୋର୍ଟରେ ଉଲ୍ଲେଖ ଅଛି।
ଡାକ୍ତରଙ୍କ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବା ଶହ ମୃତ ଡାକ୍ତରଙ୍କୁ ନ୍ୟାୟ ଦେବା ଓ ତାଙ୍କ ପରିବାରକୁ ଅନୁକମ୍ପା ରାଶି ପ୍ରଦାନ କରିବାକୁ ଦାବି କରିଛନ୍ତି ।ଏହି ଆନ୍ଦୋଳନ ତୀବ୍ର ରୂପ ନେବା ପରେ କୋଲକାତା ଆର.ଜି. କର ମେଡିକାଲ କଲେଜର ପ୍ରିନ୍ସିପାଲ୍ ଡାକ୍ତର ସନ୍ଦୀପ ଘୋଷ୍ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ରବିବାର ସୁଦ୍ଧା ରାଜ୍ୟ ପୁଲିସ ମାମଲାର ତଦନ୍ତ ନ ସାରିଲେ ସିବିଆଇକୁ ତଦନ୍ତ ଭାର ଦିଆଯିବ ବୋଲି ମମତା ଘୋଷଣା କରିଛନ୍ତି।