Site icon UTKAL PRATIDIN

ନୀଳଚକ୍ରରେ ପଡିଲା ଶୂନ୍ୟଗଣ୍ଠି, ଶୁଭ ନା ଅଶୁଭ…

1_99_1742185050096

ଭୁବନେଶ୍ଵର: ଶ୍ରୀମନ୍ଦିରର ନୀଳଚକ୍ରରେ ଉଡ଼ୁଥିବା ପତିତପାବନବାନାରେ ପଡ଼ିଲା ଶୂନ୍ୟ ଗଣ୍ଠି। ଶୂନ୍ୟ ଗଣ୍ଠି ପଡ଼ିଥିବା ବାନାକୁ ଅତ୍ୟନ୍ତ ଶୁଭ ଏବଂ ମଙ୍ଗଳ କାରକ ବୋଲି କୁହାଯାଏ। ଶୂନ୍ୟରେ ପତିତପାବନ ବାନାରେ ଗଣ୍ଠି ପଡ଼ିଲେ ତାହାକୁ ଶୂନ୍ୟ ଗଣ୍ଠି କୁହାଯାଏ। ବିଶ୍ବାସ ରହିଛି ଶୂନ୍ୟଗଣ୍ଠି ଘରେ ରଖିଲେ ସମସ୍ତ ପ୍ରକାରର ବ୍ୟାଧିରୁ ମୁକ୍ତ ମିଳିଥାଏ। ଅନ୍ୟପକ୍ଷେ ଶ୍ରଦ୍ଧାଳୁ ପତିତପାବନବାନାରେ ପଡ଼ିଛି ଶୂନ୍ୟ ଗଣ୍ଠିକୁ ଦେଖି ସୌଭାଗ୍ୟ ଲାଭ କରିଛନ୍ତି। ପତିତପାବନ ବାନାରେ କିପରି ଗଣ୍ଠି ପଡ଼ିଲା ତାହା ଭକ୍ତ ଓ ସେବାୟତଙ୍କୁ ବିସ୍ମିତ କରିଛି। ଏ ସଂପର୍କରେ ଶ୍ରୀ ମନ୍ଦିର ପ୍ରଶାସନର କୌଣସି ଅଧିକାରୀଙ୍କ ପ୍ରତିକ୍ରିୟା ମିଳି ପାରିନାହିଁ।

ଯେତେବେଳଜ ଶ୍ରୀମନ୍ଦିର ନୀଳଚକ୍ରରେ ୧୫୧ ହାତ ବାନା ଲଗାଯାଉଥିଲା ସେତେବେଳେ ଅନେକ ସମୟରେ ଶୂନ୍ୟ ଗଣ୍ଠି ପଡୁଥିଲା। କିନ୍ତୁ ଯେବେଠାରୁ ୧୪ହାତିଆ ବାନା ଲାଗୁଛି ଆଉ ଶୂନ୍ୟ ଗଣ୍ଠି ଦେଖିବାକୁ ମିଳୁନାହିଁ। ଶେଷ ଥର ପାଇଁ ବାତ୍ୟା ‘ଦାନା’ ବେଳେ ଏଭଳି ବିରଳ ଦୃଶ୍ୟ ଦେଖିବାକୁ ମିଳିଥିଲା । ତେବେ ଯଦି ନୀଳଚକ୍ରରେ ଅତ୍ୟଧିକ ବାନା ବନ୍ଧା ହୋଇଥାଏ, ତା’ହେଲେ ପ୍ରବଳ ପବନ କିମ୍ବା ଝଡ଼ବର୍ଷା ହେଲେ ସେଗୁଡ଼ିକ ପରସ୍ପର ମଧ୍ୟରେ ଛନ୍ଦି ହୋଇଥା’ନ୍ତି ଏବଂ ଏହି ଗଣ୍ଠି (ଶୂନ୍ୟ ଗଣ୍ଠି) ପଡ଼ିଥାଏ। ବାନା ଗୁଡ଼ିକ ପରସ୍ପର ମଧ୍ୟ ବାଡ଼େଇ ହୋଇ କେଉଁଠି କେମିତି ସବୁ ଗଣ୍ଠି ପଡ଼ିଥାଏ ଯେ କିଛି ବୁଝି ହୁଏ ନାହିଁ।

Exit mobile version