ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ।ଡିଜି-ଆଇଜି ସମ୍ମିଳନୀ ରାଜ୍ୟରେ ପ୍ରଥମଥର ପାଇଁ ହେବ ।ଏଥିରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋାଦି, ଗୃହମନ୍ତ୍ରୀ ଅମିତ ଶାହ, ଜାତୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ ଡୋଭାଲ। ଡିଜିିପି ସମ୍ମିଳନୀରେ ଯୋଗ ଦେବାକୁ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ପ୍ରଧାନମନ୍ତ୍ରୀ ଓ ଗୃହମନ୍ତ୍ରୀଙ୍କ ଓଡିଶା ଗସ୍ତ ନେଇ ବାଲୁକାକଳାରେ ମାଧ୍ୟମରେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ସ୍ୱାଗତ କରିଛନ୍ତି।
ମୋଦିଙ୍କ ଗସ୍ତ ନେଇ କାର୍ଯ୍ୟ ସୂଚୀ ପ୍ରକାଶ ପାଇଛି। ଶୁକ୍ରବାର ଅପରାହ୍ନ ୪ଟା ୨୫ରେ ଭୁବନେଶ୍ୱର ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ପହଞ୍ଚିବେ। ଏହାପରେ ସୁରକ୍ଷା ବଳୟ ମଧ୍ୟରେ ଅପରାହ୍ନ ୫ଟା ୧୫ରେ ପ୍ରଧାନମନ୍ତ୍ରୀରାଜଭବନରେ ପହଞ୍ଚିବେ । ରାଜଭବନରେ ସନ୍ଧ୍ୟା ୬ଟା ୧୫ ପର୍ଯ୍ୟନ୍ତ ରହିବେ। ଏହାପରେ ୬ଟା ୨୦ରୁ ରାଜଭବନରୁ ବାହାରି ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଯିବେ। ସେଠାରେ ଦଳୀୟ ବିଧାୟକ, ମନ୍ତ୍ରୀ, ଦଳୀୟ କାର୍ଯ୍ୟକର୍ତ୍ତା ଏବଂ ଏମ୍ପିମାନଙ୍କ ସହ ବୈଠକ କରିବେ।