
ବାତ୍ୟା ଦାନା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ପ୍ରଭାବ ଜାରି ରହିଛି ।ଏଥିପାଇଁ ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦ୍ରାପଡ଼ା ଓ କେନ୍ଦୁଝର।ପାଣିପାଗ ବିଭାଗ ପକ୍ଷରୁ ସୂଚନା ଅନୁଯାୟୀ ବାଲେଶ୍ୱର ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ପାଇଁ ଆଜି ରେଡ ୱାର୍ଣ୍ଣିଂ ଜାରି ରହିଛି ।
ତେଣୁ ପିଲାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ସବୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ବନ୍ଦ ଘୋଷଣା କରାଯାଇଛି।ତେଣୁ ପିଲାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ସବୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ବନ୍ଦ ଘୋଷଣା କରାଯାଇଛି।ସେହିପରି କେନ୍ଦ୍ରାପଡ଼ା, କଟକ, ଯାଜପୁର ଓ ଢେଙ୍କାନାଳ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।ଏଠାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଅର୍ଥାତ୍ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ସେପଟେ ପୁରୀ, ଖୋର୍ଦ୍ଧା, ନୟାଗଡ଼ ଏବଂ ଅନୁଗୁଳ ଜିଲ୍ଲା ଲାଗି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।