Site icon UTKAL PRATIDIN

ଚମକାଇଦେଲା ସତ୍ୟପାଠ ରିପୋର୍ଟ, ୫ ବର୍ଷରେ ହେମନ୍ତଙ୍କ ବୟସ ବଢ଼ିଛି ୭ ବର୍ଷ

IMAGE_1730437578

ଚମକାଇଦେଲା ସତ୍ୟପାଠ ରିପୋର୍ଟ ୫ବର୍ଷରେ ହେମନ୍ତଙ୍କର ବୟସ ବଢ଼ିଛି ୭ ବର୍ଷ ।ଅର୍ଥାତ ୫ ବର୍ଷ ପୂର୍ବେ ତାଙ୍କୁ ୪୨ ବର୍ଷ ହୋଇଥିବା ଉଲ୍ଲେଖ ହୋଇଥିବା ବେଳେ ଏବେ ବୟସ ୪୯ ବର୍ଷ ବୋଲି ସତ୍ୟପାଠରେ ଉଲ୍ଲେଖ ହୋଇଛି। ଏହାକୁ ନେଇ ଆରମ୍ଭ ହୋଇଛି ରାଜନୈତିକ ବିବାଦ ।ଯାହାକୁ ନେଇ ରାଜ୍ୟ ରାଜନୀତିରେ ହଟ୍ଟଚମଟ ସୃଷ୍ଟି ହୋଇଛି ।

ଆସାମ ମୁଖ୍ୟମନ୍ତୀ ତଥା ଝାଡ଼ଖଣ୍ଡ ବିଜେପି ସହ- ପ୍ରଭାରୀ ହିମନ୍ତ ବିଶ୍ୱଶର୍ମା କହିଛନ୍ତି, ଏପରି ଭୁଲ୍‌ ତଥ୍ୟ ଦେବା ସତ୍ତ୍ୱେ ହେମନ୍ତ ସୋରେନଙ୍କ ନାମାଙ୍କନ ରଦ୍ଦ ହେବା ଉଚିତ ନୁହେଁ। କାରଣ ଭୋଟର ଏହାର ଉଚିତ ଜବାବ ଦେବେ ଓ ତାଙ୍କୁ ହରାଇଦେବେ।ବିଜେପି ପ୍ରଦେଶ ଅଧ୍ୟକ୍ଷ ବାବୁଲାଲ ମରାଣ୍ଡି କହିଛନ୍ତି, ହେମନ୍ତ ସୋରେନ ସବୁବେଳେ ତ୍ରୁଟିପୂର୍ଣ୍ଣ ତଥ୍ୟ ସତ୍ୟପାଠରେ ଦାଖଲ କରିଥାନ୍ତି।

ଏନେଇ ଆମେ ନିର୍ବାଚନ ଆୟୋଗଙ୍କ ଦ୍ୱାରସ୍ଥ ହେବା ସହ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛୁ। ଏହାର ଜବାବରେ ଜେଏମ୍ଏମ୍ ନେତା ମନୋଜ ପାଣ୍ଡେ କହିଛନ୍ତି, ଜେଏମଏମ୍ କିଛି ଲୁଚାଏ ନାହିଁ।

Exit mobile version