Site icon UTKAL PRATIDIN

ହବିଷ୍ୟାଳୀଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା, ବନ୍ଦ ରହିପାରେ ଶ୍ରୀମନ୍ଦିର ଦର୍ଶନ

2d2a1e0accefacec4217bbf08ce0b0d5cc59cd620feead29f8d603bae7fceebf

ସମ୍ଭାବ୍ୟ ବାତ୍ୟା ଦାନା ଆସନ୍ତାକାଲି ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଭିତରକନିକା ଓ ଭଦ୍ରକ ଜିଲ୍ଲାର ଧାମରା ମଧ୍ୟରେ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିମି ପର୍ଯ୍ୟନ୍ତ ରହିପାରେ । ସମ୍ଭାବ୍ୟ ବାତ୍ୟାକୁ ଆଖିରେ ରଖି ପୁରୀରେ ଥିବା ହବିଷ୍ୟାଳିଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିବା ପୁରୀ ଜିଲ୍ଲାପାଳ ଗଣମାଧ୍ୟମ ଜରିଆରେ ସୂଚନା ଦେଇଛନ୍ତି।

ସେମାନଙ୍କ ପାଇଁ ଖାଦ୍ୟ ସାମଗ୍ରୀ ମହଜୁଦ ଥିବା ବେଳେ ଜେନେରେଟର ମଧ୍ୟ ବ୍ୟବସ୍ଥା କରାଯାଇଛି। ଆବଶ୍ୟକ ପଡିଲେ ୨୪ ଓ ୨୫ ତାରିଖରେ ସେମାନଙ୍କ ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିପାରେ ବୋଲି କହିଛନ୍ତି।

Exit mobile version